www.samajalive.in
Monday, December 8, 2025
14.1 C
Bhubaneswar

ଏନଏସସିବିରେ ସ୍ୱଚ୍ଛତା ଅଭିଯାନ

ସମ୍ବଲପୁର  : ସମ୍ବଲପୁରର ପୁଟିବନ୍ଧ ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସ୍ୱଚ୍ଛତା ଅଭିଯାନ ଆୟୋଜିତ ହୋଇଯାଇଛି । ମଙ୍ଗଳବାର ଏନଏସଏସ ଅଧିକାରୀ ଡ. ବିଶ୍ୱମୋହନ ଜେନା ଓ ସଂଯୋଜିକା ମିଲି ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୁକ୍ତ ୨ ଓ ଯୁକ୍ତ ୩ ର ୫୦ରୁ ଅଧିକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ଏହି ଅବସରରେ ମହାବିଦ୍ୟାଳୟ ପରିସରକୁ ସଫେଇ କରାଯିବା ସହିତ ସ୍ୱଚ୍ଛତା ବାର୍ତ୍ତା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ସିକତା ପଣ୍ଡା, ଦୁର୍ଲଭ ସା, ଡ. ଶ୍ୟାମ ଭୋଇ, ସୁଜିତ ପଧାନ, ସନ୍ତୋଷ ବେହେରା, ଏସ.ପି. ନନ୍ଦ ପ୍ରମୁଖ ଉପସ୍ଥିତ ରହି ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories