www.samajalive.in
Saturday, December 13, 2025
21.1 C
Bhubaneswar

ସ୍ବେଚ୍ଛାସେବୀ ସଙ୍ଗଠନ ସ୍ଵାତୀ ତରଫରୁ ରକ୍ତଦାନ ଶିବିର

ଜି ଉଦୟଗିରି: କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ସ୍ଵାତୀ ତରଫରୁ ଟିକାବାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୩୨ଜଣ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଉକ୍ତ ରକ୍ତଦାନ ଶିବିରରେ ଫୁଲବାଣୀ ରକ୍ତ ଭଣ୍ଡାରର ଡ଼ ଜୟଦିପ୍ ଘୋଷ, ଦୀନକୃଷ୍ଣ ମହନ୍ତ, ସୁଜିତ କୁମାର ସାହୁ, ପ୍ରଶାନ୍ତ କୁମାର ରାତ୍ନାଲୁ ଓ ବରୁଣ ବେହେରା ଉପସ୍ଥିତ ରହି ରକ୍ତଦାତାଙ୍କଠାରୁ ରକ୍ତ ସଂଗ୍ରହ କରିଥିଲେ। ଏଏମସିଏସ ମହାବିଦ୍ୟାଳୟର ପୂର୍ବତନ କାର୍ଯ୍ୟକାରୀ ସଦସ୍ୟ ବାଳକୃଷ୍ଣ ବେହେରା ଓ ରକ୍ତଦାନ ସଦସ୍ୟ ଶଶୀଭୂଷଣ ପ୍ରଧାନ ଅତିଥି ଭାବେ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ ଶିବିରକୁ ସଂଗଠନର ପ୍ରଦୀପ କୁମାର ସ୍ୱାଇଁ, ରାଜ କୁମାର ବେହେରା ଓ ଜ୍ୟୋତି ପ୍ରକାଶ ପାତ୍ର ପ୍ରମୁଖ ପରିଚାଳନା କରିଥିଲେ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories