www.samajalive.in
Saturday, December 6, 2025
19.1 C
Bhubaneswar

ପୁଲିସ ଗାଡି ଧକ୍କାରେ ଅଟୋ ଚାଳକ ଗୁରୁତର

ବୌଦ୍ଧ: ବୌଦ୍ଧ ଜିଲ୍ଲା ବନ୍ଧାପଥର ଠାରେ ପୁଲିସ ଗାଡି ଧକ୍କାରେ ଶୁକ୍ରବାର ଜଣେ ଅଟୋ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ବୌଦ୍ଧ ଥାନା ଅନ୍ତର୍ଗତ ବନ୍ଧାପଥର ଗ୍ରାମ ନିକଟରେ ଥିବା ପେଟ୍ରୋଲ ପମ୍ପ ସମ୍ମୁଖରେ ବଘିଆପଡା ପଟୁ ବୌଦ୍ଧ ଆଡକୁ ଆସୁଥିବା ବାଉଁଶୁଣୀ ପୁଲିସର ଏକ ଗାଡି ସାମନା ପଟୁ ଆସୁଥିବା ଏକ ଅଟୋକୁ ଧକ୍କା ଦେଇଥିଲା । ଫଳରେ ଅଟୋ ଚାଳକ ବିରିଗଡ ଗ୍ରାମର ନିରଂଜନ ଅମାତ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକ ସାଙ୍ଗେ ସାଙ୍ଗେ ଆମ୍ବୁଲାନ୍ସ ଯୋଗେ ଆଣି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ତାଙ୍କର ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଏହି ଘଟଣା ପରେ ସ୍ଥାନୀୟ ଲୋକମାନେ ରାସ୍ତା ଅବରୋଧ କରିଥିଲେ । ଦୁର୍ଘଟଣା ପରେ ମଧ୍ୟ ପୁଲିସ ଗାଡି ଆହତକୁ ଆଣିବା ପରିବର୍ତ୍ତେ ଘଟଣାସ୍ଥଳରୁ ଫେରାର ହୋଇଥିବା ଲୋକମାନେ ଅଭିଯୋଗ କରିଛନ୍ତି ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories