www.samajalive.in
Sunday, December 14, 2025
26.1 C
Bhubaneswar

ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଧାରଣା

ଫୁଲବାଣୀ: ବିଭିନ୍ନ ଦାବି ପୂରଣ ନେଇ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଧାରଣା ଦିଆଯାଇଥିଲା । ବିଶେଷ କରି ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ସେମାନଙ୍କ ମୁଖ୍ୟ ଦାବି ଥିଲା । ଆବାହକ ଅଶୋକ ପରିଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ଧାରଣାରେ ସଂଗଠନର ବହୁ କର୍ମକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ବିଶ୍ୱାମିତ୍ର ଡିଗାଲ, ଦେବେନ୍ଦ୍ର ବେହେରା, ଉମା ଚରଣ କହଁର, ଗିରିଶ ପଟ୍ଟନାୟକ, ଗୋଲୋକ କହଁର ପ୍ରମୁଖ ଉପସ୍ଥିତ ଥିଲେ । ଅତିଶୀଘ୍ର ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସଂଗଠନ କହିଛି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories