www.samajalive.in
Saturday, December 13, 2025
26.1 C
Bhubaneswar

ବ୍ଲକସ୍ତରୀୟ ଦିବ୍ୟାଙ୍ଗ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ

ରାମନାଗୁଡା: ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏହି କ୍ରୀଡ଼ା ପ୍ରତିଯୋଗିତା ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ସୂଜନ ମଲ୍ଲିକ ଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏଥିମଧ୍ୟରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦାମୋଦର ହିମିରିକା, ବି ଆର୍ ପି ଲକ୍ଷ୍ମୀ ପ୍ରାଣିଗ୍ରାହୀ, ସିଆରସିସିମାନେ ଯୋଗଦେଇଥିଲେ।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିବାବେଳେ ଏଥିମଧ୍ୟରୁ ଦୈବ, ଚାମଚ ଲେମ୍ବୁ, ବକେଟ୍ ବଲ ଥୋ, ଗୀତ ଆଦି ପ୍ରତିଯୋଗିତା ଅନ୍ତର୍ଭୁକ୍ତ ଥିଲା। ଏଥିରେ ସମୁଦାୟ ୭୦ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଯୋଗଦେଇଥିଲେ।ଏଥିସହ ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତକାର୍ଯ୍ୟ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories