www.samajalive.in
Saturday, December 6, 2025
19.1 C
Bhubaneswar

ମୃତ ମାଓବାଦୀଙ୍କୁ ପୋତାଗଲା; ସର୍ଚ୍ଚ ଅପରେସନରୁ ମିଳିଲା ବିପୁଳ ମାଓ ସାମଗ୍ରୀ

ଫୁଲବାଣୀ: ଗତ ୧୧ ତାରିଖ ଦିନ ବାଲିଗୁଡା ଥାନା ଅନ୍ତର୍ଗତ କାଣାସାଲୁ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟରେ ମୃତ ମହିଳା ମାଓବାଦୀଙ୍କ ମୃତଦେହକୁ ରବିବାର ପୁଲିସ ପକ୍ଷରୁ ପୋତି ଦିଆଯାଇଛି। ମୃତାଙ୍କ ପରିଚୟ ପୁଲିସର ହସ୍ତଗତ ହୋଇ ପାରିନାହିଁ। ଏସ ଓ ଜି ଏବଂ ଡିଭିଏଫ ବାହିନୀ ପକ୍ଷରୁ ସଂପୃକ୍ତ ସ୍ଥାନରେ ହୋଇଥିବା ସର୍ଚ୍ଚ ଅପରେସନରୁ ବିପୁଳ ମାଓ ସାମଗ୍ରୀ ଜବତ ହୋଇଥିବା ସ୍ଥାନୀୟ ଜିଲା ପୁଲିସ ମୁଖ୍ୟାଳୟରେ ରବିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ବିନୀତ ଅଗ୍ରଓ୍ବ।ଲ। ଜବତ ସାମଗ୍ରୀ ମଧ୍ୟରେ ରହିଛି ପୋଷାକ, ଔଷଧ, ବାସନକୁସନ ସହ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ। ଏସବୁ ଜିନିଷ ଘଟଣା ସ୍ଥଳରୁ କିଛି ଦୂରରେ ରଖାଯାଇଥିଲା।

ସୂଚନାଯୋଗ୍ୟ, ଏହି ସ୍ଥାନରେ ମାଓବାଦୀ ରହିଥିବା ସୂଚନା ପାଇ ସୁରକ୍ଷା ବାହିନୀ ପକ୍ଷରୁ ଗତ ୯ ତାରିଖ ଦିନ ଅପରେସନ ଆରମ୍ଭ କରାଯାଇଥିଲା। ମାଓ-ପୁଲିସ ଗୁଳି ବିନିମୟରେ ଜଣେ କ୍ୟାଡର ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ସଂପୃକ୍ତ ମାଓବାଦୀ ଜଣକ ଛତିଶଗଡ଼ କ୍ୟାଡରର ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କର ପ୍ରକୃତ ପରିଚୟ ମିଳି ପାରିନାହିଁ। ଏଠାରେ ୨୦ରୁ ଅଧିକ ମାଓବାଦୀ ରହିଥିବା ପୁଲିସ ଅନୁମାନ କରୁଥିବା ବେଳେ ଡିସିଏମ ମମତା ଏହି ଦଳର ନେତୃତ୍ୱ ନେଉଥିବା ଏସପି ସୂଚନା ଦେଇଛନ୍ତି। ତାଙ୍କ ମୁଣ୍ଡରେ ୫ ଲକ୍ଷ ଟଙ୍କାର ପୁରଷ୍କାର ରହିଛି । ଇତି ମଧ୍ୟରେ ନିୟମ ଅନୁଯାୟୀ ଶବ ବ୍ୟବଚ୍ଛେଦର ୭୨ ଘଣ୍ଟା ପରେ ମୃତ ମହିଳା ମାଓବାଦୀଙ୍କ ମୃତଦେହକୁ ପୁଲିସ ପକ୍ଷରୁ ପୋତି ଦିଆଯାଇଛି। ସଂପୃକ୍ତ ସ୍ଥାନରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ଏସପି ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories