www.samajalive.in
Sunday, December 14, 2025
23.1 C
Bhubaneswar

ଦୁର୍ବୃତ୍ତର ଗୁଳି ମାଡ଼ରେ ଯୁବକ ମୃତ

କାମାକ୍ଷାନଗର: କାମାକ୍ଷାନଗର ଥାନା ଅନ୍ତର୍ଗତ ହାଡ଼ଗରୀଠାରେ ରବିବାର କେହି ଦୁର୍ବୃତ୍ତର ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଏହି ଥାନା ଅନ୍ତର୍ଗତ କାନପୁରା ଗ୍ରାମର ମୀନକେତନ ଦଳେଇ(୪୫)। ମୀନକେତନ ଟାଟା ମାଇନ୍ସରେ କାର୍ଯ୍ୟ କରନ୍ତି। ରବିବାର ଅପରାହ୍ନରେ ଘରକୁ ଏକ ସ୍କୁଟିରେ ଫେରୁଥିବା ସମୟରେ ହାଡ଼ଗରୀଠାରେ କେହି ଦୁର୍ବୃତ୍ତ ତାଙ୍କୁ ଗୁଳି ମାରିଥିଲା। ଗୁଳି ତାଙ୍କ ଅଣ୍ଟା ପାଖରେ ବାଜିଥିଲା। ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ପାଖରେ ଥିବା କେତେକ ଗ୍ରାମବାସୀ ମୀନକେତନ ପଡିଯିବାର ଦେଖି ପାଖରେ ପହଞ୍ଚିଲା ବେଳକୁ ମୀନକେତନ ଗୁରୁତର ଭାବେ ଆହତ ହୋଇଥିବା ଦେଖି ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories