www.samajalive.in
Sunday, December 14, 2025
16.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଜନ୍ମତିଥିରେ ରକ୍ତଦାନ ଶିବିର : ୫୦୫ ୟୁନିଟ ରକ୍ତ ସଂଗ୍ରହ 

କାମାକ୍ଷାନଗର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ ଅବସରରେ କାମାକ୍ଷାନଗର ବିଜୁ ଯୁବ-ଛାତ୍ର ଜନତା ଦଳ ପକ୍ଷରୁ ରବିବାର ଏକ ମେଗା ରକ୍ତଦାନ ଶିବିର ଇନଡୋର ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ବିଧାୟକ ତଥା ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗ ଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ। ଏଥିରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ପରଜଙ୍ଗ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ, କାମାକ୍ଷା ନଗର ବ୍ଲକ୍ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁ, କାମାକ୍ଷା ନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଧର୍ମାନନ୍ଦ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ଢେଙ୍କାନାଳ ରକ୍ତ ଭଣ୍ଡାରର ଡାକ୍ତର ଜୟ ନାରାୟଣ ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପରମାନନ୍ଦ ପଣ୍ଡା, ରାକେଶ ବେହେରା, ରୋହିତ ଦାସ, ତପନ ଜେନା, ବରୁଣ ସାହୁ, ଅଜୟ ସ୍ୱାଇଁ, ନଳିନୀ ପ୍ରଭା ରାଉତ ପ୍ରମୁଖ ୫୦୫ ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ବିଜୁ ଛାତ୍ର ଜନତା ଦଳର ସଭାପତି ସୁରଜ କୁମାର ମହାପାତ୍ର, କାମାକ୍ଷା ନଗର ବ୍ଲକ୍ ଓ ବିଜ୍ଞାପିତ ଅଂଚଳ ପରିଷଦର ସମସ୍ତ ବିଜୁ ଜନତା ଦଳର କର୍ମୀ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ  କରିଥଲେ। ଯୁବ ଛାତ୍ର ଜନତା ଦଳର ଏଭଳି ଅଭନବ କାର୍ଯ୍ୟକ୍ରମଟି ସାଧାରଣ ମହଲରେ ବେଶ ପ୍ରଶଂସିତ ହୋଇଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories