www.samajalive.in
Saturday, December 6, 2025
19.1 C
Bhubaneswar

ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଆତ୍ମହତ୍ୟା

ସମ୍ବଲପୁର: ସମ୍ବଲପୁର ସିଟି ରେଳ ଷ୍ଟେସନରୁ କିଛି ଦୂରରେ ଅବସ୍ଥିତ ତକବା ଦେଇ ଯାଇଥିବା ରେଳଧାରଣରେ ଟାମ୍ପରକେଲା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାବେ ଗତ ଜୁନ ମାସରେ ଅବସରପ୍ରାପ୍ତ କରିଥିବା ସିନ୍ଦୁରପଙ୍କ ନିବାସୀ କ୍ଷୀରୋଦ କୁମାର ନାଥ (୬୦) ଆତ୍ମହତ୍ୟା କରିଛନ୍ତି । ମଙ୍ଗଳବାର ସକାଳୁ ତାଙ୍କ ମୃତଦେହକୁ ଦେଖି ସ୍ଥାନୀୟ ଲୋକେ ପୁଲିସ ତଥା ପରିବାର ଲୋକଙ୍କୁ ଖବର ଦେଇଥିଲେ । ତାଙ୍କ ଆତ୍ମହତ୍ୟା ରହସ୍ୟାବୃତ୍ତ ଥିବା ବେଳେ ତାଙ୍କ ନିକଟରୁ ଉଦ୍ଧାର ହୋଇଥିବା ସୁଇସାଇଡ ନୋଟରେ ତାଙ୍କ ମୃତ୍ୟୁ ପାଇଁ ୪ ଜଣ ଶିକ୍ଷକଙ୍କୁ ଦାୟୀ କରିଛନ୍ତି ।  ସେ ଆତ୍ମହତ୍ୟା କରିବାକୁ ବାଧ୍ୟ ହୋଇଛନ୍ତି ବୋଲି ସୁଇସାଇଡ ନୋଟରେ ଉଲ୍ଲେଖ ରହିଛି । ଜିଆରପି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ କିଛିଦିନ ହେଲା ସେ ମାନସିକ ଭାବେ ଚାପଗ୍ରସ୍ତ ଥିବା ନିକଟ ସମ୍ପର୍କୀୟଙ୍କ ଠାରୁ ସୂଚନା ମିଳିଛି ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories