www.samajalive.in
Tuesday, December 9, 2025
23.1 C
Bhubaneswar

ମେଗା କ୍ଲିନ ଇଣ୍ଡିଆ କାର୍ଯ୍ୟକ୍ରମ

ଫୁଲବାଣୀ: ଫୁଲବାଣୀ ସହରଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଭାରତର ପ୍ରତ୍ୟେକ ଜ଼ିଲ୍ଲାରେ ଅନୁଷ୍ଠିତ ହେବ। ୩୦ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। କାର୍ଯ୍ୟକ୍ରମକୁ ଭାରତର କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭ ଉଦଘାଟନ କରିଛନ୍ତି। ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଫୁଲବାଣୀ ସହରଠାରେ ସ୍ଵଛ ଭାରତ କାର୍ଯ୍ୟକ୍ରମ କରାଯାଇଛି। ଆଜିର ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସାଂସଦ ରାଧାକାନ୍ତ ଡିଗାଲ, ଶାରୀରିକ ପ୍ରଶିକ୍ଷକ ଅଧିକାରୀ ରଙ୍କନିଧି ବେହେରା ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର, ସହକର୍ମୀ ସତ୍ୟବାନ ଦଳବେହେରା, ସ୍ୱେଚ୍ଛାସେବୀ ସୋନାଲି ଡିଗାଲ, ରୀତିମା ବାଘ, ଚନ୍ଦ୍ରମଣୀ ଦେହୁରୀ, ସିବେନ୍ଦ୍ର ଡିଗାଲ, ମିନି କହଁର, ସୁଭଦ୍ରା ମଲ୍ଲିକ, ଗୋବିନ୍ଦ କହ୍ନର, ସମୀର ପ୍ରଧାନ, ସୁରଭି କହ୍ନର, ପାନୁଆଲ ଡିଗାଲ, ବିକାଶ ନାୟକ, ଦିଗବିଜୟ ପ୍ରଧାନ, ଅଜିତ ମଝିଆ ସେଠ, ଚନ୍ଦନ ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ। ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ୨୪ ହଜାର କେଜି ପ୍ଲାଷ୍ଟିକ ଆଦାୟ ହେବ ବୋଲି ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ଜିଲ୍ଲା ଯୁବ ଅଧିକାରୀ ନାଭିନୀତ କୁମାର ଅବଗତ କରିଥିଲେ।

Hot this week

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

Related Articles

Popular Categories