www.samajalive.in
Saturday, December 13, 2025
14.1 C
Bhubaneswar

ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ପାଇଁ ବୃଦ୍ଧି ପାଇଲା ଆବେଦନ ଅବଧି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୨ ଦ୍ୱିତୀୟ ଥର ପାଇଁ ଆବେଦନ ଅବଧି ବୃଦ୍ଧି କରାଯାଇଛି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ୧୦ ତାରିଖରୁ ଆରମ୍ଭ ହୋଇଥିବା ବେଳେ ୧୯ ତାରିଖରେ ଶେଷ ହେବାର ଥିଲା। ବହୁ ଆଶାୟୀ ଅନଲାଇନ୍‌ରେ ଆବେଦନ କରିବାରେ ଅସୁବିଧା ସୃଷ୍ଟି ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି।

ସୂଚନା ଥାଉକି, ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଟିଇଟି ଦ୍ୱିତୀୟ ପରୀକ୍ଷା ଅନୁଷ୍ଠିତ ହେବ। ଭୂବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲା ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯିବ। ଦୁଇଟି ପେପରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
୨୬ ଯାଏ ଓଟିଇଟି…

Hot this week

ଜାନୁଆରୀ ୩୦ରୁ ଅନଶନରେ ବସିବେ ଆନ୍ନା

ମୁମ୍ବଇ: ବିଶିଷ୍ଟ ଗାନ୍ଧୀବାଦୀ ନେତା ତଥା ସମାଜସେବୀ ଆନ୍ନା ହଜାରେ ଜାନୁଆରୀ...

“ବଳଦଙ୍କୁ ଖାଇଗଲା ବୋଲି, ବାଘକୁ ବିଷ ଦେଇ ମାରିଦେଲି”

ବଣାଇ : ତିନି ବଳଦ ଜଙ୍ଗଲକୁ ଚରିବାକୁ ଯାଇ ଆଉ ଫେରି...

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

Related Articles

Popular Categories