www.samajalive.in
Monday, December 8, 2025
13.1 C
Bhubaneswar

ଜିଲ୍ଲାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆସିବ : ମୁଖ୍ୟମନ୍ତ୍ରୀ

୨୦୦ ବେଡ୍‌, ଟ୍ରମା କେୟାର, ୩୪ଟି ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ

ନିଷ୍ଠାର ସହ ରୋଗୀଙ୍କ ସେବା କରନ୍ତୁ,ସେମାନଙ୍କ ହସ ଓ ବିଶ୍ବାସ ହିଁ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର : ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି ।

ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, ୫ ଶଯ୍ୟା ବିଶିଷ୍ଟ Trauma ICU, Radiology, MRI CT Scan ସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି।

- Advertisement -

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଏହି ଆଧୁନିକ ହସ୍‌ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀମନଙ୍କୁ ଆଉ ଚିକିତ୍ସା ପାଇଁ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ।

ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ । ରୋଗୀ ମୁହଁରେ ହସ ଓ ମନରେ ବିଶ୍ବାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ ।

 

ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି । ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି । ଏହାଦ୍ବାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି । ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି। । କେନ୍ଦ୍ରାପଡା ବିଧାୟକ  ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଜିଲ୍ଲାପାଳ  ଅମୃତ ଋତୁରାଜ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର CDO-cum-EO ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories