www.samajalive.in
Saturday, December 6, 2025
26.1 C
Bhubaneswar

ଅରୁଣାଞ୍ଚଳ ପ୍ରଦେଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ : ଅରୁଣାଞ୍ଚଳ ପ୍ରଦେଶ ଉପେରସିଆଙ୍ଗ ଜିଲା ସିଙ୍ଗିଂ ଗାଁ ନିକଟରେ ଆଜି ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣା ସ୍ଥଳକୁ ତୁରନ୍ତ ଉଦ୍ଧାରକାରୀ ଦଳକୁ ପଠାଯାଇଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ନେଇ ସୂଚନା ମିଳିଛି।
ତୁତିଙ୍ଗ ମୁଖ୍ୟାଳୟ ଠାରୁ ୨୫ କିଲୋମିଟର ଦୂର ସିଙ୍ଗିଂ ଗାଁ ନିକଟରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନାନୁଯାୟୀ, ଯେଉଁ ସ୍ଥାନରେ ଏହି ଦୁର୍ଘଟଣା ଘଟିଛି ସେଠାରେ ସଡକ ମାର୍ଗ ଉପଲବ୍ଧ ନଥିବା ଜଣାପଡିଛି। ଫଳରେ ଉଦ୍ଧାରକାର୍ଯ୍ୟରେ ସମସ୍ୟା ସୃଷ୍ଟି ହୋଇଛି। ଏହି ହେଲିକପ୍ଟରଟି ସକାଳ ପ୍ରାୟ ୧୦ଟା୪୦ ମିନିଟ୍‌‌ରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories