www.samajalive.in
Sunday, December 14, 2025
26.1 C
Bhubaneswar

ଡେଙ୍ଗୁ ରୋଗୀଙ୍କୁ ପ୍ଲେଟଲେଟ୍‌‌ ବଦଳରେ ଦେଲେ ଜୁସ୍‌‌ ; ଚାଲିଗଲା ଜୀବନ

ଲଖନଉ : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ ଚକିତ କରିବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ଡେଙ୍ଗୁ ରୋଗୀଙ୍କୁ ପ୍ଲେଟଲେଟ୍‌‌ ବଦଳରେ ମୌସୁମୀ ଜୁସ୍‌‌ ଦିଆଯିବାରୁ ତାଙ୍କର ମୃତ୍ୟୁ ହୋଇଛି ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ଉକ୍ତ ହସ୍ପିଟାଲକୁ ସିଲ୍‌‌ କରାଯାଇ ତଦନ୍ତ ଆରମ୍ଭ ହୋଇଛି।
ସୂଚନା ଅନୁଯାୟୀ, ପ୍ରୟାଗରାଜରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ଡେଙ୍ଗୁ ରୋଗୀଙ୍କୁ ପ୍ଲେଟଲେଟ୍‌‌ ଦିଆଯିବାର ଥିଲା। ମାତ୍ର ହସ୍ପିଟାଲ କର୍ମଚାରୀ ତାଙ୍କୁ ମୌସୁମୀ ଜୁସ୍‌‌ ସାଲାଇନ ଭଳି ଦେଇଥିଲେ। ପରେ ପରେ ରୋଗୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବା ସହ ଗୁରୁତର ହୋଇଥିଲେ। ଏହାପରେ ତାଙ୍କୁ ଅନ୍ୟ ଏକ ହସ୍ପିଟାଲକୁ ପଠାଯାଇଥିଲା। ମାତ୍ର ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।
ପ୍ଲେଟଲେଟ୍‌‌ ବଦଳରେ ଫଳ ରସ ଦେବା ଭିଡିଓ ଭାଇରାଲ ହେଉଥିବା ନେଇ ଖବର ମିଳିଛି। ଘଟଣା ଜଣାପଡିବା ପରେ ଘଟଣାର ସଠିକ ତଦନ୍ତ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ଗତ କିଛି ଦିନ ମଧ୍ୟରେ ଉତ୍ତରପ୍ରଦେଶରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସରକାର ରାଜ୍ୟର ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ କରିଛନ୍ତି। ଏହାସହ ହସ୍ପିଟାଲରେ ଶଯ୍ୟା ବ୍ୟବସ୍ଥା ସହ ଅନ୍ୟାନ୍ୟ ସୁବିଧା ମଧ୍ୟ ଉପଲବ୍ଧ କରାଯାଇଛି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories