www.samajalive.in
Sunday, December 14, 2025
19.1 C
Bhubaneswar

ଆଚଂଳିକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ସାରନଗରୀ: ଛାତ୍ରଛାତ୍ରୀଙ୍କ ମାନସିକ, ଶାରୀରିକ ଓ ବୌଦ୍ଧିକ ବିକାଶ ନିମନ୍ତେ କୈଶୋର ସମୟ ହିଁ ପ୍ରକୃଷ୍ଟ ସମୟ। ଏହାର ବିକାଶ ପାଇଁ ବିଭିନ୍ନ ସ୍ଥାନରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ପାଳନ ହେଉଛି। ନବକୃଷ୍ଟନଗରସ୍ଥିତ ସୋନାପର୍ବତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ମହୋତ୍ସବ ‘ସୁରଭି ୨୦୨୨’ ପାଳିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟା ଷ୍ଟଡ଼ି ପଏଂଟର ନିର୍ଦ୍ଦେଶକ ସରୋଜ ବେହେରା ଯୋଗ ଦେଇଥିଲେ। ସୋନାପର୍ବତ କ୍ଲଷ୍ଟର ସିଆରସିସି ସତ୍ୟାନନ୍ଦ ପରିଡ଼ା, ଆରଭି କ୍ଲଷ୍ଟର ସିଆରସିସି ମନୋଜ କୁମାର ମିଶ୍ର, ଗାନ୍ଧି ମହାବିଦ୍ୟାଳୟର ଅଧ୍ୟାପକ ଶତ୍ରୁଘ୍ନ କିସାନ ମଂଚାସୀନ ଥିଲେ।ଉତ୍କଳମଣୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବେନ୍ଦ୍ର ସାହୁ ମଂଚ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ବିତର୍କ, ଗୀତ, ନାଚ, ପ୍ରବନ୍ଧ, ଡ଼୍ରଇଁ, ବକ୍ତୃତା,ସୃଜନଶୀଳ ଲିଖନ, ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲ।। ୯ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ଅତିଥି ଭାବେ ନୂଆଗାଁ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସତ୍ୟାନନ୍ଦ ଦାଶ, ତରକେରା ୟୁପି ସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଅନନ୍ତ ଚରଣ ନାୟକ ଉପସ୍ଥିତ ରହି କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲ।।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories