www.samajalive.in
Monday, December 8, 2025
17.1 C
Bhubaneswar

ରିଲାଏନ୍ସ ଜିଓର ଦ୍ୱିତୀୟ ତ୍ରୈମାସିକ ନେଟ୍ ଲାଭ ୨୮ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର : ରିଲାଏନ୍ସ ଜିଓ ଇନ୍‌ଫୋକମ୍ ସେପ୍ଟେମ୍ବର ସୁଦ୍ଧା ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ୪,୫୧୮ କୋଟି ଟଙ୍କାର ନେଟ୍ ଲାଭ କରିଛି । ବାର୍ଷିକ ଭିତିରେ କମ୍ପାନୀର ନେଟ୍ ଲାଭ ୨୮% ବୃଦ୍ଧି ପାଇଛି । ଗତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ କଂପାନିର ନେଟ୍ ଲାଭ ୩୫୨୮ କୋଟି ଟଙ୍କା ଥିଲା ।

ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ କମ୍ପାନୀର ପରିଚାଳନାଗତ ରାଜସ୍ୱ ୨୦.୨ ପ୍ରତିଶତ ବୃଦ୍ଧି  ସହ୨୨,୫୨୧ କୋଟି ଟଙ୍କା ହୋଇଛି । ବର୍ଷକ ପୂର୍ବରୁ ଏହି ସମୟରେ ପରିଚାଳନାଗତ ରାଜସ୍ୱ ପରିମାଣ ୧୮,୭୩୫ କୋଟି ଟଙ୍କା ଥିଲା। ଜୁଲାଇରୁ ସେପ୍ଟେମ୍ବର ତ୍ରୈମାସିକରେ ଜିଓ ନେଟ୍‌ୱର୍କରେ ମୋଟ ଡାଟା ଟ୍ରାଫିକ୍ ଗତବର୍ଷର ସମାନ ତ୍ରୈମାସିକ ତୁଳନାରେ ୨୨.୭ ପ୍ରତିଶତ ବୃଦ୍ଧି ପାଇ ୨୮.୨ ବିଲିଅନ ଜିବିରେ ପହଞ୍ଚିଛି । ସେହିଭଳି, ଗ୍ରାହକ ପିଛା ମାସିକ ରାଜସ୍ୱ ୧୭୭.୨ ଟଙ୍କାକୁ ବୃଦ୍ଧି ପାଇଛି । ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ ହୋଇଥିବା ତ୍ରୈମାସିକରେ ଜିଓର ଗ୍ରାହକ ସଂଖ୍ୟା ୪୨.୭୬ କୋଟି ରହିଛି ।

- Advertisement -

ଉଲ୍ଲେଖଯୋଗ୍ୟ ଯେ, ରିଲାଏନ୍ସ ଜିଓ ଦେଶରେ ବଡ଼ ଧରଣର ୫-ଜି ବ୍ୟବସ୍‌ତା ଜାରି ରଖିଛି ଯାହା ଭାରତରେ ହାଇ ସ୍ପିଡ୍ ଇଣ୍ଟରନେଟ୍‌ର ଏକ ନୂଆ ଯୁଗ ଆରମ୍ଭ କରିବ । ଚଳିତ ମାସ ୪ ତାରିଖରେ ଜିଓ ପକ୍ଷରୁ ଦେଶର ଚାରିଟି ସହର ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ବାରାଣାସୀରେ  କିଛି ନିର୍ଦିଷ୍ଟ ଗ୍ରାହକଙ୍କୁ ନେଇ ୫ଜି ସେବାର ବିଟା ପରୀକ୍ଷଣ ଆରମ୍ଭ କରାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories