www.samajalive.in
Friday, December 12, 2025
15.1 C
Bhubaneswar

ସମ୍ଭାବ୍ୟ ବାତ୍ୟା, ୨୬ ପର୍ଯ୍ୟନ୍ତ ମାଛଧରା ଡଙ୍ଗା ସମୁଦ୍ର ମନା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସିତ୍‌ରଙ୍ଗ ପରିପ୍ରେକ୍ଷୀରେ ସୁରକ୍ଷା ଦୃଷ୍ଟିରୁ ଆଜିଠାରୁ ଅକ୍ଟୋବର ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ଚିଲିକାକୁ ଡଙ୍ଗାନେଇ ମାଛ ଧରିବାକୁ ଯିବା ପାଇଁ ନିଷେଧ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅନୁମୋଦନ କ୍ରମେ ଓଡ଼ିଶା ମାରାଇନ୍‌ ଫିସ୍‌ ରେଗୁଲେସନ୍‌ ଆକଫ ୧୯୮୨ ଅନୁଯାୟୀ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗ ପକ୍ଷରୁ ଏ ସଂପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କ ଧନଜୀବନର ସୁରକ୍ଷା ପାଇଁ ରାଜ୍ୟର ସମଗ୍ର ଉପକୂଳରେ ଏବଂ ଚିଲିକା ହ୍ରଦରେ ଯନ୍ତ୍ରଚାଳିତ ତଥା ମୋଟରଚାଳିତ ଡଙ୍ଗା ଏବଂ ଦେଶୀ ଡଙ୍ଗା ନେଇ ମାଛ ଧରିବା ପାଇଁ ବାରଣ କରାଯାଇଛି । ଅକ୍ଟୋବର ୨୨ରୁ ୨୬ ତାରିଖ ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ମାଛ ଧରିବା ପାଇଁ ସମୁଦ୍ର ଓ ଚିଲିକାକୁ ନଯିବା ପାଇଁ କୁହାଯାଇଛି।

ସମ୍ଭାବ୍ୟ ବାତ୍ୟା ଯୋଗୁଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର ମତ୍ସ୍ୟ ଅଧିକାରୀମାନଙ୍କୁ ଏ ଦିଗରେ ସମସ୍ତ ପ୍ରକାର ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ମତ୍ସ୍ୟ ବିଭାଗ ପକ୍ଷରୁ ମାଇକ ଯୋଗେ ଘୋଷଣା କରାଯାଇ ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି। ବିଭାଗୀୟ ଅଧିକାରୀ ଏବଂ ମାରାଇନ୍‌ ପୋଲିସ୍‌ଙ୍କ ଦ୍ୱାରା ମିଳିତ ଭାବେ ଉପକୂଳରେ ପାଟ୍ରୋଲିଂ କରାଯାଉଛି। ଏଥି ସହିତ କୋଷ୍ଟାଗାର୍ଡ ପକ୍ଷରୁ ମଧ୍ୟରୁ ପାଟ୍ରୋଲିଂ କରାଯାଉଛି। କୌଣସି ମାଛଧରା ଡଙ୍ଗା ଯେପରି ସମୁଦ୍ର ଭିତରକୁ ନଯାଇପାରିବ ସେଥି ନିମନ୍ତେ ସାଗର ମିତ୍ର ଏବଂ ମତ୍ସ୍ୟ ବିଭାଗର ଅଧିକାରୀଙ୍କ ଦ୍ୱାରା ଉପକୂଳରେ ସତର୍କ ଦୃଷ୍ଟି ରଖାଯାଇଛି। ଅନ୍ୟ ରାଜ୍ୟର ମାଛଧରା ଡଙ୍ଗାଗୁଡ଼ିକୁ ରାଜ୍ୟର ମାଛଧରା ବନ୍ଦର ଓ ମତ୍ସ୍ୟ ଅବତରଣ କେନ୍ଦ୍ରଗୁଡ଼ିକରେ ନିରାପଦ ଆଶ୍ରୟ ନିମନ୍ତେ ଅନୁମତି ଦିଆଯାଇଛି। ସାମୁଦି୍ରକ ମତ୍ସ୍ୟ ସମବାୟ ସମିତି ଏବଂ ମାଛଧରା ଡଙ୍ଗା ଆସୋସିଏସନ୍‌ ପକ୍ଷରୁ ବୈଠକ କରାଯାଇ ସମ୍ଭାବ୍ୟ ବାତ୍ୟା ନିମନ୍ତେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories