www.samajalive.in
Wednesday, December 10, 2025
14.1 C
Bhubaneswar

ଖାଇବାକୁ ନ ପାଇବାରୁ ହଷ୍ଟେଲ ଛାଡ଼ିଲେ ୯୪ ଛାତ୍ରୀ

ଠାକୁରମୁଣ୍ଡା:ହଷ୍ଟେଲରେ ରହୁଥିବା ଛାତ୍ରୀମାନେ ଖାଇବାକୁ ନ ପାଇ ଠାକୁରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ରେ ପହଞ୍ଚି କାନ୍ଦୁଥିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।ପିଲାଙ୍କ କାନ୍ଦ ଦେଖି ସାଧାରଣ ରେ ଏପରି ଅସନ୍ତୋଷ ଦେଖାଯାଇଛି। ଏପରି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଠାରେ ଥିବା ସମ୍ମନ୍ବୀତ ଆଦିବାସୀ ଉନ୍ନୟନ ସଂସ୍ଥା ଦ୍ୱାରା ପରିଚାଳିତ ଅନୁସଚିତ ଜାତି ଓ ଜନଜାତି ଛାତ୍ରୀ ହଷ୍ଟେଲରେ। ଏହି ହଷ୍ଟେଲରେ ଭୋକ ଓପାସ ଥିବା ୯୪ ଜଣ ଛାତ୍ରୀ ହଷ୍ଟେଲରୁ ବାହାରି ୧ କିମି ଦୂର ତହସିଲଦାରଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ରବିବାର ତହସିଲଦାରଙ୍କ କାର୍ଯ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀମାନେ ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ କାନ୍ଦୁ ଥିବା ଦେଖି ସ୍ଥାନୀୟ ଲୋକେ ଏକାଠି ହୋଇଯାଇଥିଲେ। ହଷ୍ଟେଲରୁ ଆସି ତହସିଲଦାରଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିବା ସମସ୍ତ ଛାତ୍ରୀ ଚତୁର୍ଥ ଶ୍ରେଣୀ ଠାରୁ ଦଶମ ଶ୍ରେଣୀରେ ପଢୁଥିବା ଜଣାପଡ଼ିଛି। ଭୋକରେ ଥିବା ଛାତ୍ରୀମାନଙ୍କୁ ସ୍ଥାନୀୟ ଲୋକେ ବିସ୍କୁଟ ଖାଇବାକୁ ଦେଇଥିଲେ। ଖବର ପାଇ ସ୍ଥାନୀୟ ଏବିଓ, ସିଆରସିସି, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରମୁଖ ସେଠାରେ ପହଞ୍ଚିଥିଲେ ଏବଂ ସେମାନଙ୍କ ଅଭିଯୋଗ ଶୁଣିଥିଲେ।  ତହସିଲଦାରଙ୍କ  ପରିସରରେ ଥିବା ଛାତ୍ରୀ ମାନଙ୍କୁ ବଜାରରେ ଥିବା ହୋଟେଲରୁ  ଖାଦ୍ୟ ଆଣି ଖାଇବାକୁ ଦେଇଥିଲେ। ହଷ୍ଟେଲ ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷୟତ୍ରୀ ସେମାନଙ୍କୁ ଖାଦ୍ୟ ନଦେବା ସହ ଅଧିକାଂଶ ଦିନ ଲୁଣ ଭାତ ଦେଉଥିବାର ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଗତକାଲି ରାତିରୁ ଗ୍ୟାସ ସରିଯାଇଥିବାରୁ ରୋଷେଇ ହୋଇ ନଥିବା ନେଇ ହଷ୍ଟେଲ ରୋଷେୟା କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories