www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟପାଳଙ୍କ ନିଷ୍ପତ୍ତି ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ – କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ

ଡେସ୍କ: ୯ଟି ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ଇସ୍ତଫା ଦେବାକୁ ରାଜ୍ୟପାଳ ଦେଇଥିବା ନିର୍ଦ୍ଦେଶକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ନିୟମ ବିରୁଦ୍ଧ ବୋଲି କହିଛନ୍ତି। ସେ କହିଛନ୍ତି ଏହାଦ୍ୱାରା ରାଜ୍ୟପାଳ ତାଙ୍କ କ୍ଷମତାର ଅପବ୍ୟବହାର କହିଛନ୍ତି। ପାଲକଡରେ ସାମ୍ବାଦିକମାନଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଶ୍ୱବିଦ୍ୟାଳୟ ଅଧିନିୟମରେ କୁଳାଧିପତି କୁଳପତିମାନଙ୍କୁ କାର୍ଯ୍ୟରୁ ଅନ୍ତର କରିବା ପାଇଁ କୌଣସି ନିୟମ ନାହିଁ। ସେ କହିଛନ୍ତି ଗୋଟିଏ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନିଯୁକ୍ତିକୁ ସର୍ବୋଚ୍ଚ ନ୍ୟାୟାଳୟ ବେନିୟମ ଦର୍ଶାଇ ଥିବାବେଳେ ଏହି ଆଧାରରେ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାପାଇଁ ନିର୍ଦ୍ଦେଶ ଦେବା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ।

ସୂଚନା ଯୋଗ୍ୟ, କେରଳ ରାଜ୍ୟପାଳ ଆରିଫ୍‍ ମହମ୍ମଦ ଖାନ୍‍ ସେଠାକାର ସମସ୍ତ ୯ଟି ଯାକ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ଆସନ୍ତା ମାସ ୩ ତାରିଖ ସୁଦ୍ଧା କାରଣ ଦର୍ଶାଅ ନୋଟିସ୍‍ର ଉତ୍ତର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିସବୁ ବିଶ୍ୱବିଦ୍ୟାଳୟ ଗୁଡ଼ିକର କୁଳପତିମାନଙ୍କୁ ସୋମବାର ସକାଳ ୧୧ଟା ୩୦ ସୁଦ୍ଧା ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ରାଜ୍ୟପାଳଙ୍କ ଏହି ନିର୍ଦ୍ଦେଶ ବିରୋଧରେ ୯ଟି ଯାକ ବିଶ୍ୱବିଦ୍ୟାଳୟର କୁଳପତି ହାଇକୋର୍ଟରେ ମାମଲା ଦାୟର କରିବା ପରେ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍‍ ଜାରି କରାଯାଇଛି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories