www.samajalive.in
Monday, December 8, 2025
27.1 C
Bhubaneswar

ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ : ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି

ଭୁବନେଶ୍ୱର : ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଆଜି ଅନୁଷ୍ଠିତ ହେଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଧଉଳି ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ। ଜାପାନର ବୌଦ୍ଧ ଭିକ୍ଷୁ ତାକାଓ ତାକାଡୋ ଏହି କାର୍ଯ୍ୟକ୍ରମରେ ପୌରହିତ୍ୟ କରିବେ।

ଏହି ଅବସରରେ ଦେଶ ବିଦେଶରୁ ବହୁ ବୌଦ୍ଧଭିକ୍ଷୁ, ସାଧୁସନ୍ଥ ଏବଂ ପ୍ରାୟ ୫୦୦ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ଶାନ୍ତିସ୍ତୂପର ମୁଖ୍ୟ ଦର୍ଶନ ପୀଠ ସମ୍ମୁଖ ମଣ୍ଡପଠାରେ ଆୟୋଜିତ ପୂଜା ଉତ୍ସବରେ ଯୋଗଦାନ କରିଛନ୍ତି । ଏଥିପାଇଁ ଧଉଳି ଶାନ୍ତିସ୍ତୂପ ସକାଳ ୮ରୁ ଦିନ ୧ଟା ପର୍ଯ୍ୟନ୍ତ ପର୍ଯ୍ୟଟକ ତଥା ସର୍ବସାଧାରଣଙ୍କ ପରିଦର୍ଶନ ଲାଗି ବନ୍ଦ ରହିଛି।  ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପୁଲିସ୍ ପ୍ରଶାସନ ତରଫରୁ ଆବଶ୍ୟକ ଟ୍ରାଫିକ୍ କଟକଣା ଜାରି କରାଯାଇଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories