www.samajalive.in
Saturday, December 6, 2025
16.1 C
Bhubaneswar

ଖାରବେଳ ସ୍ବାଇଁଙ୍କ ଉପରେ ଆକ୍ରମଣ

କେନ୍ଦ୍ରାପଡ଼ା : ପୂର୍ବତନ ସାଂସଦ ତଥା ’ଉତ୍କଳ ଭାରତ’ ପାର୍ଟିର ସଭାପତି ଖାରବେଳ ସ୍ବାଇଁଙ୍କ ଉପରେ ବୁଧବାର କେନ୍ଦ୍ରାପଡ଼ାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲା ଆଳିରେ ଏକ ସଭାରେ ତାଙ୍କ ଉପରେ ଆକ୍ରମଣ ହୋଇଥିବା ଜଣାପଡିଛି।

ଶ୍ରୀ ସ୍ବାଇଁ ଏହି ସଭାରେ ବିଜେଡି ସରକାର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରି ଭାଷଣ ଦେଉଥିଲେ । ସେହି ସମୟରେ କେତେକ ଦୁର୍ବୃତ ତାଙ୍କୁ ଆକ୍ରମଣ କରିବା ସହ ଟଣା ଓଟରା କରି ଘୋଷାଡି  ପକାଇଥିବା ଅଭିଯୋଗ ହୋଇଛି । ସେ ସଭାରୁ ନଗଲେ ତାଙ୍କୁ ହାଣିବାକୁ ମଧ୍ୟ ଧମକ ଦିଆ ଯାଇଥିବା ଶ୍ରୀ ସ୍ୱାଇଁ ଅଭିଯୋଗ କରିଛନ୍ତି । ଶ୍ରୀ ସ୍ୱାଇଁଙ୍କର ଅନ୍ୟ ୨ଜଣ ସହଯୋଗୀ  ଏବଂ ସଭାରେ ସଭାପତିତ୍ୱ କରୁଥିବା ବ୍ୟକ୍ତିଙ୍କୁ ମଧ୍ୟ ଆକ୍ରମଣ ହୋଇଥିବା କୁହାଯାଉଛି । ଏହି ଅଘଟଣ ପରେ ଶ୍ରୀ ସ୍ୱାଇଁ ସଭାକୁ ଅଧାରୁ ବନ୍ଦ କରିଥିଲେ । ତେବେ ବିଜେଡି ସାଂସଦ ପ୍ରତାପ ଦେବଙ୍କ ପ୍ରରୋଚନାରେ ତାଙ୍କ ଉପରେ ଆକ୍ରମଣ କରାଯାଇଥିବା ଶ୍ରୀ ସ୍ୱାଇଁ ଅଭିଯୋଗ କରିଛନ୍ତି। ବିଜୁ ଗୁଣ୍ଡା ବାହିନୀ ଦ୍ବାରା ତାଙ୍କ ଉପରେ ଆକ୍ରମଣ ହୋଇଛି ବୋଲି ଶ୍ରୀ ସ୍ୱାଇଁ କହିଛନ୍ତି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories