ମଙ୍ଗଳବାର ରାଶିଫଳ (୦୧/୧୧/୨୦୨୨)

ମେଷ : କର୍ମ ତତ୍ପରତା ପ୍ରକାଶ ପାଇବ। କାର୍ଯ୍ୟରେ ସଫଳତା ଲାଭ କରିବେ। ସାଧନା ଫଳବତୀ ହେବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସୁସ୍ଥ ଓ ନିରାମୟ ରହିବେ।

ବୃଷ : ହୃଦୟରେ ଭକ୍ତିଭାବ ଉଦ୍ରେକ ହେବ। ସୁଖସମ୍ମାନ ଲାଭ କରିପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରାପ୍ତ କ୍ଷମତାର ସଦ୍‌ ବ୍ୟବହାର କରି ପ୍ରଶଂସାର ପାତ୍ର ହେବେ।

ମିଥୁନ : ଭ୍ରମଣ ବ୍ୟର୍ଥ ହେଲେ ବି ବ୍ୟବସାୟ ଲାଭଜନକ ହେବ। ମାନସିକ ଅଶାନ୍ତି ଦୂର ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବସ୍ତ୍ର-କାଞ୍ଚନ ମିଳିପାରେ। ଅଷ୍ଟମ ଚନ୍ଦ୍ର ହେତୁ ସତର୍କରେ ଚଳିବାକୁ ପଡ଼ିବ।

କର୍କଟ : ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଆଜି ଦିନର ଘଟଣା ଯାହା ଘଟିବ ତାହା ସୁଖବୋଧ ହେବ। ଖାଦ୍ୟପେୟ ରୁଚିପୂର୍ଣ୍ଣ ହେବ। ଈଶ୍ବର ବିଶ୍ବାସୀ ଓ ଶାସ୍ତ୍ରଜ୍ଞାତା ହେବେ।

ସିଂହ : ଶତ୍ରୁତାର ଅବସାନ ଘଟାଇ ମାନସିକ ଶାନ୍ତି ଫେରି ପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ।

କନ୍ୟା : ବିଭିନ୍ନ ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆଶା ଭରସା ନ ଥାଇ ମଧ୍ୟ ଧନାଗମର ସୂଚନା ମିଳୁଛି।

prayash

ତୁଳା : ପରିଶ୍ରମ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। ନିଜର ପ୍ରତିଷ୍ଠା ନିଜ ଉଦ୍ୟମରୁ ହେବ। ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ସୁଶୀଳ, ବୁଦ୍ଧିମାନ୍‌ ଓ ଉଚ୍ଚ ପଦପଦବୀଯୁକ୍ତ ହେବେ।

ବିଛା : ଅଶାନ୍ତି ଦୂର ହେବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରନ୍ତି। ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ସରକାରୀ ସ୍ତରରୁ ଲାଭବାନ୍‌ ହୋଇପାରନ୍ତି।

ଧନୁ : ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ। କାର୍ଯ୍ୟରେ ସଫଳତା ମିଳିବ। ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି। ଜଣେ ବିଜ୍ଞ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। ଶାସ୍ତ୍ରାନୁରକ୍ତ ହେବେ।

ମକର : ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁଖସମ୍ମାନ ଲାଭ କରିପାରନ୍ତି। ଚିନ୍ତାଧାରା ଉନ୍ନତମାନର ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ।

କୁମ୍ଭ : ଚଞ୍ଚଳ ସ୍ବଭାବ ସମ୍ପନ୍ନ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ହେବେ। ଜ୍ଞାନୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

ମୀନ : ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁଖସମ୍ମାନ ଲାଭ କରିବେ। ଦାମ୍ପତ୍ୟ ସୁଖ ମିଳିବ।

kalyan agarbati

Comments are closed.