www.samajalive.in
Monday, December 8, 2025
24.1 C
Bhubaneswar

ବୋଲେରୋ –ଡମ୍ଫର ଧକ୍କା ; ୫ ମୃତ

ଭୋପାଳ : ମଧ୍ୟପ୍ରଦେଶର ମୁରେନା ଜିଲାରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଓ ଡମ୍ଫର ମଧ୍ୟରେ ଧକ୍କା ହୋଇ ଘଟଣା ସ୍ଥଳରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୩ ଜଣ ଗୁରୁତର ମଧ୍ୟ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନାନୁଯାୟୀ, ନୁରାବାଦ ଥାନା ଅଞ୍ଚଳରେ ୪୪ ନମ୍ବର ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବୋଲେରୋ ଗାଡିରେ କିଛି ଲୋକେ ଗ୍ୱାଲିୟରରୁ ଫେରୁଥିଲେ। ସେହି ସମୟରେ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଡମ୍ଫର ବୋଲେରୋଟିକୁ ଖୁବ ଜୋରରେ ଧକ୍କା ଦେଇଥିଲା।
ଧକ୍କା ଖୁବ ଜୋରରେ ଥିବାରୁ ବୋଲେରୋଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ଯାଇଛି। ଖବର ପାଇବା ମାତ୍ରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରିଥିଲା।
ସମସ୍ତ ମୃତାହତ ନୁରାବାଦ ଥାନା ଅଞ୍ଚଳର ବାସିନ୍ଦା। ପୁଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories