www.samajalive.in
Saturday, December 13, 2025
26.1 C
Bhubaneswar

୧୦ରୁ ରାଷ୍ଟ୍ରପତିଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର : ଚଳିତ ମାସ ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସେଠାରୁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିବେ । ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସାରି ସିଂହଦ୍ୱାର ନିକଟସ୍ଥ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିବେ । ତା’ପରେ ପୁରୀ ରାଜଭବନକୁ ଯିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣରେ ଭୁବନେଶ୍ୱର ଆସି ସହରର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ଉତ୍କଳର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଓ ଶ୍ରଦ୍ଧାସୁମନ ଅର୍ପଣ କରିବେ । ପରେ ରାଜଭବନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେଠାରେ ବିଶ୍ରାମ ନେବେ । ଗସ୍ତର ଦ୍ୱିତୀୟ ଦିନ ୧୧ ନଭେମ୍ବରରେ ରାଷ୍ଟ୍ରପତି ଖଣ୍ଡଗିରି ସ୍ଥିତ ତପୋବନ ହାଇସ୍କୁଲ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ପରେ ରାଷ୍ଟ୍ରପତି ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ବୈଷୟିକ ଭାଷାକୋଷ ଏବଂ ବିବିଧ ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ୍ ‘ଇ-କୁମ୍ଭ’ ଉନ୍ମୋଚନ କରିବେ। ଦ୍ୱିତୀୟ ଦିନ ଅପରାହ୍ଣରେ ରାଷ୍ଟ୍ରପତି ମହୋଦୟା ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ବୈଠକରେ ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ସମ୍ୱନ୍ଧିତ ପ୍ରାଥମିକ ସୂଚନା ଉପସ୍ଥାପନ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories