www.samajalive.in
Tuesday, December 9, 2025
16.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ

କାମାକ୍ଷାନଗର: କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ରହଣି ପେଟ୍ରୋଲ ପମ୍ପ ନିକଟରେ ବୁଧବାର ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି l ମୃତକ ଜଣକ ହେଲେ ମକୁଆ କାଟେଣି ଗ୍ରାମର ମଧୁ ବେହେରା l ମଧୁ ବେହେରା ବିରାଶାଳ ସାପ୍ତାହିକ ବୁଧବାର ହାଟ ସାରି ରାତିରେ ଘରକୁ ସାଇକେଲରେ ଫେରୁଥିଲେ l ଫେରିବା ସମୟରେ ରହଣି ପେଟ୍ରୋଲ ପମ୍ପ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା l ପଛରେ ଆସୁଥିବା କେତେକ ପଥଚାରୀ ମଧୁଙ୍କର ମୃତ୍ୟୁ ହୋଇଥିବା ଦେଖି ପୁଲିସକୁ ଖବର ଦେଇଥିଲେ l ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମଧୁଙ୍କ ମୃତଦେହ ଜବତ କରି ଶବବ୍ୟବଚ୍ଛେଦର ବ୍ୟବସ୍ଥା କରିବା ସହ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଥିବାର ଜଣାଯାଇଛି l

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories