www.samajalive.in
Monday, December 15, 2025
14.1 C
Bhubaneswar

ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରକୁ ଗୁଳିମାଡ଼, ଅଭିଯୁକ୍ତ ଗିରଫ

ଡେସ୍କ: ପାକିସ୍ତାନର ପ୍ରଧାନମନ୍ତ୍ରୀ ପଦରୁ ବିଦା ହେବା ପରେ ବିବାଦୀୟ ହୋଇ ପଡିଥିବା ଇମ୍ରାନ ଖାନଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଏହି ଗୁଳିମାଡରେ ସେ ଆହତ ହୋଇଛନ୍ତି। ତାଙ୍କୁ ସଂଗେ ସଂଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକିସ୍ତାନର ୱଜିରାବାଦ ଆଲ୍ଲାହ ହୋ ଚୌକ ନିକଟରେ ଇମ୍ରାନଙ୍କ ନେତୃତ୍ୱରେ ଚାଲିଥିବା ଶୋଭାଯାତ୍ରା ଉପରକୁ ଏହି ଗୁଳିମାଡ କରାଯାଇଛି। ଏଥିରେ ଇମ୍ରାନଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ସିନେଟର ଫୈଜଲ ଜାଭେଦ ଓ ଅହମଦ ଚଥା ଅଛନ୍ତି। ଇମ୍ରାନଙ୍କ ଉପରକୁ ୩-୪ ରାଉଣ୍ଡ ଗୁଳି ଚଳାଯାଇଥିବା ବେଳେ ତାଙ୍କ ଗୋଡ଼ରେ ଗୁଳି ବାଜିଛି।

ସୂଚନା ଅନୁଯାୟୀ, ଇମ୍ରାନଙ୍କ ଅବସ୍ଥା ଏବେ ସ୍ଥିର ରହିଛି ଓ ତାଙ୍କୁ ନିକଟସ୍ଥ ହସ୍ପିଟାଲରୁ ଲାହୋରକୁ ସ୍ଥାନାନ୍ତରିତ କରାଯାଇଛି। ଗୁଳି ଚଳାଇଥିବା ବ୍ୟକ୍ତିକୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories