www.samajalive.in
Saturday, December 13, 2025
26.1 C
Bhubaneswar

ଦେଶର ୪୦ଟି ରେଳଷ୍ଟେସନ ପୁନଃବିକାଶ କାର୍ଯ୍ୟ ତ୍ବରାନ୍ବିତ

୧୪ଟି ରେଳଷ୍ଟେସନର ପୁନଃ ବିକାଶ କାମ ପାଇଁ ଟେଣ୍ଡର ପ୍ରକ୍ରିୟା ଜାରି ରହିଛି

ଯାତ୍ରୀମାନଙ୍କୁ ଆଧୁନିକ ସୁବିଧା ଯୋଗାଇ ଦେବା ଲାଗି ଭାରତୀୟ ରେଳବାଇ ଷ୍ଟେସନ ପୁନଃବିକାଶ କାମ ହାତକୁ ନେଇଛି

ନିଯୁକ୍ତି ସୁଯୋଗ ସୃଷ୍ଟି ଓ ଆର୍ଥିକ ବିକାଶରେ ସୁଧାର ସହିତ ରେଳ ଷ୍ଟେସନ ପୁନଃବିକାଶ କାର୍ଯ୍ୟର ବହୁଗୁଣିତ ଲାଭ ଦେଶର ଅର୍ଥ ବ୍ୟବସ୍ଥା ଉପରେ ପଡ଼ିବ

 

ନୂଆ​​‌ଦିଲ୍ଲୀ :  ଦେଶର ପ୍ରମୁଖ ରେଳ ଷ୍ଟେସନ ଗୁଡ଼ିକର ପୁନଃବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରିଛି ରେଳ ମନ୍ତ୍ରଣାଳୟ ।ଯାତ୍ରୀମାନଙ୍କୁ ଆଧୁନିକ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି ବର୍ତ୍ତମାନ ଭାରତୀୟ ରେଳବାଇର ୪୦ଟି ରେଳଷ୍ଟେସନର ପୁନଃବିକାଶ ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ୧୪ଟି ରେଳଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛିଏବଂ ଏହା ଆସନ୍ତା ୫ ମାସ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି ।

- Advertisement -

ପୁନଃବିକଶିତ ହେବାକୁ ଥିବା ରେଳଷ୍ଟେସନ ମଧ୍ୟରେ ଓଡ଼ିଶାର  ପୁରୀ,  ଭୁବନେଶ୍ବର ଏବଂ କଟକ ରେଳ ଷ୍ଟେସନ ସାମିଲ ରହିଛି । ଇତି ମଧ୍ୟରେ କଟକ ରେଳଷ୍ଟେସନର ପୁନଃବିକାଶ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇସାରିଛି ।

ଦେଶବ୍ୟାପୀ ରେଳଷ୍ଟେସନ ଗୁଡ଼ିକର ପୁନଃବିକାଶ ଫଳରେ ନିଯୁକ୍ତି ସୁଯୋଗ ସୃଷ୍ଟିହେବା ସହିତ ଆର୍ଥିକ ବିକାଶରେ ସୁଧାରଆସିବ । ଏହାଦ୍ବାରା ଦେଶର ଅର୍ଥ ବ୍ୟବସ୍ଥା ଉପରେ ବହୁଗୁଣିତ ପ୍ରଭାବ ପଡ଼ିବ ।

ଏସବୁ ଷ୍ଟେସନର ବିକାଶ କାର୍ଯ୍ୟରେ ଅଧିକ ସ୍ଥାନ ଥିବା ରୁଫ୍‌ ପ୍ଲାଜା ବ୍ୟବସ୍ଥା କରିବାକୁ ଯୋଜନା କରାଯାଇଛି । ଏହାବ୍ୟତୀତ ଫୁଡକୋର୍ଟ, ପ୍ରତୀକ୍ଷାଳୟ, ପିଲାମାନଙ୍କ ଖେଳିବା ସ୍ଥାନ, ସ୍ଥାନୀୟ ଉତ୍ପାଦ ପାଇଁ ମାନ୍ୟତାପ୍ରାପ୍ତ ସ୍ଥାନ ଆଦି ସୁବିଧା ବିକଶିତ କରାଯିବ । ଷ୍ଟେସନ ଗୁଡ଼ିକର ଉନ୍ନତିକରଣ ସମୟରେ ମେଟ୍ରୋ, ବସ ଆଦି ବିଭିନ୍ନ ପରିବହନ ମାଧ୍ୟମକୁ ରେଳ ଷ୍ଟେସନ ସହିତ ଯୋଡ଼ାଯିବ ।ଷ୍ଟେସନ ଭିତ୍ତିଭୂମି ନିର୍ମାଣ ସମୟରେ ସବୁଜ ଅଟ୍ଟାଳିକା ଜ୍ଞାନକୌଶଳ ଅବଲମ୍ବନ କରାଯିବ ଏବଂ ଦିବ୍ୟାଙ୍ଗଜନଙ୍କ ପାଇଁ ଅନୁକୂଳବ୍ୟବସ୍ଥାରହିବ । ଇଣ୍ଟେଲିଜେଣ୍ଟ ବିଲ୍ଡିଂ ନିର୍ମାଣ ଲକ୍ଷ୍ୟ ନେଇ ଷ୍ଟେସନଗୁଡ଼ିକୁ ବିକଶିତ କରାଯିବ ଏବଂ ଏଥିରେ ଯାତ୍ରୀମାନଙ୍କ ପାଇଁ ସମସ୍ତପ୍ରକାରର ଅତ୍ୟାଧୁନିକ ସୁବିଧା ସୁଯୋଗ ରହିବ। ଷ୍ଟେସନ ଗୁଡ଼ିକର ପୁନଃବିକାଶ ଫଳରେ ରେଳଷ୍ଟେସନ ନିକଟରେ ‘ସିଟିସେଣ୍ଟର’ ଭଳି ସ୍ଥାନ ସୃଷ୍ଟି ହେବ । ଏହାଦ୍ବାରା ରେଳଯାତ୍ରୀ ଏବଂ ସାଧାରଣ ଜନତା ଉପକୃତ ହୋଇପାରିବେ ।

ଇତି ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ରେଳବାଇର ରାଣୀକମଳାପତି ଷ୍ଟେସନ, ପଶ୍ଚିମ ରେଳବାଇର ଗାନ୍ଧୀନଗର କ୍ୟାପିଟାଲ ଷ୍ଟେସନ ଏବଂ ଦକ୍ଷିଣ ପଶ୍ଚିମ ରେଳବାଇର ସାର ଏମବିଶ୍ବେଶ୍ବରାୟା ଟର୍ମିନାଲ ଷ୍ଟେସନର ବିକାଶ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହିତ ଏସବୁ କାର୍ଯ୍ୟକ୍ଷମ ହୋଇସାରିଛି । ବର୍ତ୍ତମାନ ପରିସ୍ଥିତିରେ ଏସବୁ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ସମୟସୀମା ନିର୍ଦ୍ଧାରଣ କରିବା ସମ୍ଭବପର ନୁହେଁ କାରଣ ଏହି କାର୍ଯ୍ୟ ଅତ୍ୟନ୍ତ ଜଟିଳ ହୋଇଥିବାବେଳେ ଏଥିରେ ବହୁ ଅଂଶୀଦାରମାନଙ୍କର ସମ୍ପୃକ୍ତି ରହିଛି ଏବଂ ଏଥିପାଇଁ ବିଭିନ୍ନ ବୈଧାନିକ ମଞ୍ଜୁରିର ଆବଶ୍ୟକତା ରହିଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories