www.samajalive.in
Sunday, December 7, 2025
26.1 C
Bhubaneswar

ତାରିଖ ଘୋଷଣା ପରେ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଉଷ୍ମତା ବୃଦ୍ଧି

ନୂଆଦିଲ୍ଲୀ :  ଗୁଜରାଟରେ ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ପରେ ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି । ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଚୟନ ନେଇ ତତ୍ପରତା ପ୍ରକାଶ ପାଇଛି । ଗୁରୁବାର ବିଜେପି ରାଜ୍ୟ ସଂସଦୀୟ ବୋର୍ଡ ବୈଠକ ବସି ୧୩ଟି ଜିଲ୍ଲାର ୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଚୟନ ଚୂଡ଼ାନ୍ତ ହୋଇଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗାନ୍ଧିନଗରଠାରେ ଦଳର ବୈଠକ ବସି ଏହି ନିଷ୍ପତ୍ତି ନିଆଯାଇଛି । ଶୁକ୍ରବାର ୧୧ଟି ଜିଲ୍ଲାର ୫୮ଟି ବିଧାନସଭା ମଣ୍ଡଳୀ ପାଇଁ ପ୍ରାର୍ଥୀ ମନୋନୟନ କରାଯିବ ।
ଇତିମଧ୍ୟରେ ଆମ୍‌‌ ଆଦ୍‌‌ମୀ ପାର୍ଟି ପକ୍ଷରୁ ମଧ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି । ଦଳର ରାଜ୍ୟଶାଖା ସାଧାରଣ ସମ୍ପାଦକ ମନୋଜ ସୋରାଥିଆ କହିଛନ୍ତି, ଦଳ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ନିକଟରେ ଦଳ ପକ୍ଷରୁ ନିଆଯାଇଥିବା ଜନସାଧାରଣଙ୍କ ମତାମତ ଭିତ୍ତିରେ ଏହି ନିଷ୍ପତ୍ତି ଗ୍ରହଣ କରାଯିବ । ତେବେ ୧୦୮ଟି ବିଧାନସଭା ମଣ୍ଡଳୀ ପାଇଁ ଦଳ ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷିତ ହୋଇସାରିଛି ।

ସୂଚନାଯୋଗ୍ୟ ରାଜ୍ୟ ୮୯ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଡିସେମ୍ବର ୧ ତାରିଖ ଓ ୯୩ ଆସନ ବିଶିଷ୍ଟ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଡିସେମ୍ବର ମାସ ୫ ତାରିଖରେ କରାଯିବାକୁ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ୧୮୨ ଆସନ ବିଶିଷ୍ଟ ଗୁଜରାଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ୫ ତାରିଖ ଦିନ ବିଜ୍ଞପ୍ତି ପ୍ରକାଶ ପାଇବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚଳିତ ମାସ ୧୦ ତାରିଖ ଦିନ ବିଜ୍ଞପ୍ତି ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚଳିତ ମାସ ୧୪ ତାରିଖ ଦିନ ନାମାଙ୍କନ ପତ୍ରର ଶେଷ ସମୟ ରହିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ରର ଶେଷ ଦିନ ୧୭ ତାରିଖ ରଖାଯାଇଛି। ସେହିଭଳି ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ୧୭ ତାରିଖ ରଖା ଯାଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୧ ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ସମୟ ରହିଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories