www.samajalive.in
Sunday, December 14, 2025
26.1 C
Bhubaneswar

ରେଙ୍ଗାଲିରେ ବ୍ଳକ୍ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି”

ରେଙ୍ଗାଲି :  ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ସ୍ଥିତ ଗୋଷ୍ଠି ସାଧନ କେନ୍ଦ୍ର ପରିସରରେ  ବ୍ଳକ୍ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତି ମୁଖ୍ୟ ଅତିଥି ରୂପେ ଯୋଗଦେଇ ଏହି ଉତ୍ସବକୁ ଉଦଘାଟନ କରିଥିଲେ । ଉତ୍ସବରେ ରେଙ୍ଗାଲି ସରପଞ୍ଚ ଚିତ୍ତରଞ୍ଜନ ବାଗ, ଏବିଇଓ ଋକ୍ମଣ ପଧାନ, ଶକଲାଲ୍ ସିଂ ସମ୍ମାନିତ ଅତିଥି ରୂପେ ମଞ୍ଚାସୀନ ଥିଲେ। ଗୋଷ୍ଠି ଶିକ୍ଷା ଅଧିକାରୀ ଜୀବନ କିଶୋର ବାରୱା ସଭାପତିତ୍ବ କରିଥିଲେ ଏବଂ ସିଆରସିସି ବିନୋଦ ବିହାରୀ ସାହୁ ସଭା ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ରେଙ୍ଗାଲି ବ୍ଲକ ୧୨ଟି ସ୍କୁଲର ୩ଶହ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଏହି  ଅବସର ରେ ଆୟୋଜିତ ୧୭ଟି ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ଛାତ୍ର ଛାତ୍ରୀ ମାନଙ୍କୁ କନିଷ୍ଠ, ବରିଷ୍ଠ ଓ ଦିବ୍ୟାଙ୍ଗ ବର୍ଗରେ ବିଭକ୍ତ କରାଯାଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଅପରାହ୍ନରେ ଗୋଷ୍ଠି ଶିକ୍ଷା ଅଧିକାରୀ ଜୀବନ କିଶୋର ବାରୱାଙ୍କ ସଭାପତିତ୍ବ ଓ ସିଆରସିସି ବିନୋଦ ବିହାରୀ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ରେଙ୍ଗାଲି ବ୍ଲକ ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରୱାଲ ମୁଖ୍ୟ  ଅତିଥି ଏବଂ ସାଲଡ ସରପଞ୍ଚ ସତ୍ୟନାରାୟଣ ମହାନନ୍ଦିଆ, ଏବିଇଓ ଋକ୍ମଣ ପଧାନ, ଶୁକଲାଲ୍ ସିଂ ସମ୍ମାନିତ ଅତିଥି ରୂପେ ଯୋଗଦାନ କରି ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗିଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।  ଶେଷରେ ସିଆରସିସି  ଜିତେନ୍ଦ୍ର ବିଶ୍ବାଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗି ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବରେ ଅଂଶ କରିବେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories