www.samajalive.in
Monday, December 8, 2025
13.1 C
Bhubaneswar

ଦିଲ୍ଲୀରେ ପ୍ରଦୂଷଣ ; ଆସନ୍ତାକାଲି ଠାରୁ ସ୍କୁଲ ବନ୍ଦ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଅତ୍ୟଧିକ ବୃଦ୍ଧି ପାଉଛି ପ୍ରଦୂଷଣ । ବିଷ ପାଲଟୁଛି ରାଜଧାନୀ ବାୟୁ । ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀରେ ବୃଦ୍ଧି ପାଉଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଏହି ସମୟରେ ତାଙ୍କ ସହ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍‌ ମଧ୍ୟ ଉପସ୍ଥିତ ରହିଥିଲେ । ଦିଲ୍ଲୀରେ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାସହ ୫ମ ଶ୍ରେଣୀ ଠାରୁ ସମସ୍ତ ଉପରୋକ୍ତ ଶ୍ରେଣୀର ପିଲାଙ୍କ ପାଇଁ ଆଉଟଡୋର କାର୍ଯ୍ୟକ୍ରମ ବନ୍ଦ ରଖାଯାଇଛି ।
ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଅତ୍ୟଧିକ ବୃଦ୍ଧି ପାଇଛି । ବାୟୁ ପ୍ରଦୂଷଣର ମାତ୍ରା କେବଳ ଦିଲ୍ଲୀ ନୁହେଁ ଉତ୍ତର ଭାରତର ଅନେକ ସହରରେ ମଧ୍ୟ ବାୟୁ ଦୂଷିତ ହୋଇଛି । ଏହାସହ ମୁଖ୍ୟମନ୍ତ୍ରୀ ଯୁଗ୍ମ-ଅଯୁଗ୍ମ (ଅଡ୍‌-ଇଭିନ) ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି । ଆବଶ୍ୟକ ପଡିଲେ ଏହାକୁ ମଧ୍ୟ ଲାଗୁ କରାଯିବ ବୋଲି କହିଛନ୍ତି ।

 

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories