www.samajalive.in
Wednesday, December 10, 2025
16.1 C
Bhubaneswar

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଲକ୍ଷ୍ମୀନାରାୟଣ ବେଶ, ପଞ୍ଚକ ଆରମ୍ଭ

ଡେସ୍କ: ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ପଞ୍ଚକ ନୀତି। ପଞ୍ଚକର ପ୍ରଥମ ଦିନରେ ଅର୍ଥାତ ଦେବୋତ୍ଥାନ (ବଡ)ଏକାଦଶୀ ତିଥିରେ ଭକ୍ତଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାର୍ତ୍ତିକ ଶୁକ୍ଳ ଏକାଦଶୀ ତିଥିରେ ଶୁକ୍ରବାର ଶ୍ରୀବିଗ୍ରହମାନଙ୍କର ଅବକାଶ ନୀତି ଶେଷ ହେବା ପରେ ‘ଲକ୍ଷ୍ମୀନାରାୟଣ ବା ଠିଆକିଆ’ ବେଶ ଅନୁଷ୍ଠିତ ହୋଇଛି। ଉପରୋକ୍ତ ବେଶ ଥାଇ ଶ୍ରୀ ଜୀଉମାନଙ୍କର ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ, ଭୋଗମଣ୍ଡପ ଇତ୍ୟାଦି ନୀତି ଅନୁଷ୍ଠିତ ହୋଇଛି। ସ୍ୱର୍ଣ୍ଣ ଅଳଙ୍କାର, ପୁଷ୍ପମାଲ୍ୟ, ପାଟବସ୍ତ୍ର ଇତ୍ୟାଦିରେ ପୁଷ୍ପାଳକ ସେବକମାନେ ତିନି ଠାକୁରଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ଭୂଷିତ କରିଛନ୍ତି। କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ଶ୍ରୀମନ୍ଦିରରେ ଅନୁଷ୍ଠିତ ରାଧାଦାମୋଦର ବେଶରେ ଠାକୁରମାନେ ଶ୍ରୀହସ୍ତରେ ନଳୀଭୁଜ ଧାରଣ କରିଥିଲେ। ହେଲେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରୀଭୁଜ ଓ ଶଙ୍ଖ, ଚକ୍ର, ହଳ, ମୂଷଳ ଓ କେତେକ ଅଧିକ ସ୍ୱର୍ଣ୍ଣ ଅଳଙ୍କାର ଧାରଣ କରିଛନ୍ତି। ସୁଭଦ୍ରାଙ୍କ ବେଶରେ କିଛି ପରିବର୍ତ୍ତନ ହୋଇନାହିଁ। ଏତଦ୍‌‌ ବ୍ୟତୀତ ସୁନାବେଶ ଭଳି ଏହି ବେଶରେ ଠାକୁରମାନଙ୍କ ମସ୍ତକରେ ସ୍ୱର୍ଣ୍ଣକିରୀଟ ଶୋଭାପାଉଛି ଓ କିରୀଟ ପଛ ପାର୍ଶ୍ବରେ ସୁବର୍ଣ୍ଣ କିଆ ଖଞ୍ଜା ଯାଇଛି। ଏହି ବେଶର ଅନ୍ୟନାମ ଠିଆକିଆ ବେଶ। ମସ୍ତକରେ ସୁବର୍ଣ୍ଣ କିଆ ଠିଆ ଭାବରେ ଲାଗି ହେଉଥିବାରୁ ଏହି ବେଶର ନାମ ଏପରି ରଖାଯାଇଛି।

ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରୁ ମହାପ୍ରଭୁ ନିଦ୍ରା ଯାଇଥିଲେ। ଆଜି କାର୍ତ୍ତିକ ଶୁକ୍ଳପକ୍ଷ ଏକାଦଶୀ ବା ପବିତ୍ର ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ନିଦ୍ରାଭଙ୍ଗ କରିଛନ୍ତି, ଯାହାକୁ ହରିଉତ୍ଥାନ ଏକାଦଶୀ କୁହାଯାଇଥାଏ। ପଞ୍ଚକ ୫ ଦିନରେ ମହାପ୍ରଭୁଙ୍କ ୫ ପ୍ରକାରର ବେଶ ଅନୁଷ୍ଠିତ ହୋଇଥାଏ। ଏହି କ୍ରମରେ ଆସନ୍ତାକାଲି ଶ୍ରୀଜୀଉଙ୍କ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହେବ। ୬ ତାରିଖରେ ତ୍ରିବିକ୍ରମ ବେଶ, ୭ ତାରିଖରେ ଲକ୍ଷ୍ମୀ ନୃସିଂହ ବେଶ ଏବଂ ୮ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ସୁନା ବେଶ ତଥା ରାଜଧିରାଜ ବେଶ ଅନୁଷ୍ଠିତ ହେବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories