www.samajalive.in
Sunday, December 14, 2025
26.1 C
Bhubaneswar

ବୃଦ୍ଧି ପାଇଲା ବହୁଭାଷୀ ଶିକ୍ଷକଙ୍କ ମାସିକ ପାରିଶ୍ରମିକ

ଭୁବନେଶ୍ୱର:ରାଜ୍ୟ ସରକାର ବହୁଭାଷୀ ଶିକ୍ଷକମାନଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କର ମାସିକ ପାରିଶ୍ରମିକ ୩୨୦୦ ଟଙ୍କାରୁ ୫୩୭୯ ଟଙ୍କାକୁ ବୃଦ୍ଧି କରିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ମାସିକ ୩୨୦୦ ଟଙ୍କାରେ ବହୁଭାଷୀ ଶିକ୍ଷକମାନେ ଅସୁବିଧାରେ ଚଳୁଥିବା ଏବଂ ସେମାନେ ନିଜର ଦାୟିତ୍ୱକୁ ସୁଚାରୁରୂପେ ନିର୍ବାହ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ପ୍ରକାଶଯୋଗ୍ୟ ଯେ ରାଜ୍ୟରେ ୨୦୦୭-୦୮ ମସିହାରେ ଅନୁସୂଚିତ ଜନଜାତିର ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଭିମୁଖୀ କରିବା ଏବଂ ବିଦ୍ୟାଳୟରେ ଯୋଗଦାନ କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବା ପାଇଁ ବହୁଭାଷୀ ଶିକ୍ଷକ (ଏମଏଲଇଇଭିଏସ୍‌) ନିଯୁକ୍ତି ଦିଆଯାଇଥିଲା।
ଅନୁସୂଚିତ ଅଞ୍ଚଳର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁକୂଳ ଶିକ୍ଷାଦାନ ଏବଂ ଅନୁସୂଚିତ ଜନଜାତି ପିଲାଙ୍କୁ ନିଜ ମାତୃଭାଷାରେ ଶିକ୍ଷା ଗ୍ରହଣ କରିବାର ସୁଯୋଗ ସୃଷ୍ଟି ପାଇଁ ୨୨୧ ଜଣ ବହୁଭାଷୀ ଶିକ୍ଷକ ନିୟୋଜିତ କରାଯାଇଥିଲା। ସେମାନେ କନ୍ଧମାଳ, ମାଲକାନଗିରି, ମୟୁରଭଞ୍ଜ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାର ବିଦ୍ୟାଳୟଗୁଡ଼ିକରେ ସୁଚାରୁରୂପେ ଦାୟିତ୍ୱ ନିର୍ବାହ କରି ଆସୁଛନ୍ତି। ୨୦୨୦ ମସିହାରୁ ସରକାରୀ ନିର୍ଦ୍ଦେଶନାମା ଅନୁସାରେ ସେମାନେ ମାସିକ ୩୨୦୦ ଟଙ୍କା ପାରିଶ୍ରମିକ ପାଉଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories