www.samajalive.in
Monday, December 15, 2025
26.1 C
Bhubaneswar

ଜିଲ୍ଲାସ୍ତରୀୟ ଶିଶୁ ପ୍ରତିଭା ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସରକାରୀ ପ୍ରଶିକ୍ଷଣ ମହାବିଦ୍ୟାଳୟ ଫୁଲବାଣୀ ଠାରେ ଜିଲ୍ଲାସ୍ତରୀୟ ଶିଶୁ ପ୍ରତିଭା ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଅନୁଷ୍ଠାନିକ ଉଦଘାଟନ କରିଥିବା ବେଳେ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ଆଶିଷ ଇଶ୍ଵର ପାଟିଲ୍ ଯୋଗଦେଇ ରାଜ୍ୟସ୍ତର ସୁରଭିକୁ ମନୋନୀତ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ସରକାରୀ ପ୍ରଶିକ୍ଷଣ ମହାବିଦ୍ୟାଳୟ ଫୁଲବାଣୀର ପ୍ରିନ୍ସପାଲ ସୁଦାମ ଚନ୍ଦ୍ର ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କହଁର, ଟିକାବାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗନ୍ନାଥ ସାହାଣୀ, ଖଜୁରୀପଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ ବିନୋଦ ବିହାରୀ ଦିଗାଲ, ଫିରିଙ୍ଗିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର, ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ବର ମାଝି, ଫୁଲବାଣୀ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୁଲ୍ୟ କୁମାର ଜେନା ଯୋଗ ଦେଇଥିଲେ।

ଫୁଲବାଣୀ ବ୍ଲକର ସମସ୍ତ ସିଆରସିସି ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ସହଯୋଗ କରିଥିବା ବେଳେ ୩୪୬ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ଗୀତ ନାଚ ସୋଲ ଡ୍ୟାନ୍ସ, କ୍ଲାସିକାଲ ଡ୍ୟାନ୍ସ, ଚିତ୍ରଙ୍କନ, ବକ୍ତୃତା, କୁଇଜ, ପ୍ରବନ୍ଧ ଆଦି ୨୭ଟି ବିଭାଗରେ ପ୍ରତିଯୋଗିତା ହୋଇଥିଲା।ପ୍ରତ୍ୟେକ ବିଭାଗରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ୨୭ଜଣ ପ୍ରତିଯୋଗି ଭୁବନେଶ୍ୱର ଠାରେ ନଭେମ୍ବର୧୪ ତାରିଖରେ ହେବାକୁ ଥିବା ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବରେ ଜିଲ୍ଲା ତରଫରୁ ପ୍ରତିନିଧିତ୍ୱ କରିବେ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories