www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ-ଅଟୋ ଧକ୍କା ; ସାତ ମୃତ

ବେଙ୍ଗାଲୁରୁ : କର୍ଣ୍ଣାଟକର ବିଦରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଅଟୋ ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ୭ ଜଣ ମହିଳାଙ୍କ ମୃତ୍ୟୁ ହେବା ସହ ୧୧ ଜଣ ଆହତ ହୋଇଛନ୍ତି । ଚିଟ୍ଟାଗୁପା ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ମହିଳାମାନେ ଶ୍ରମିକ ଥିବା ବେଳେ କାମ ସାରି ଅଟୋ ରିକ୍ସାରେ ଘରକୁ ଫେରୁଥିଲେ । ଏହି ସମୟରେ ସେହି ରାସ୍ତାରେ ଆସୁଥିବା ଏକ ଟ୍ରକ ସ୍କୁଲ ନିକଟରେ ଉକ୍ତ ଅଟୋକୁ ଧକ୍କା ଦେଇଥିଲା । ଫଳରେ ଅଟୋରେ ଥିବା ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories