www.samajalive.in
Sunday, December 14, 2025
26.1 C
Bhubaneswar

ଗୁଜରାଟ : ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଗାନ୍ଧିନଗର :  ପ୍ରଥମ ପର୍ଯ୍ୟାୟ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଶନିବାର ଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଗୁଜରାଟରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ଡିସେମ୍ବର ୧ ତାରିଖରେ ୮୯ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।ସୌରାଷ୍ଟ୍ର, କଚ୍ଛ ଓ  ଦକ୍ଷିଣ ଗୁଜରାଟରେ ଏହି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ୯୩ଟି ଆସନ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ  ଡିସେମ୍ବର ୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନପତ୍ର ଦାଖଲ କରିପାରିବେ। ୧୫ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ତାରିଖ ନଭେମ୍ବର ୧୭ ତାରିଖକୁ ଧାର୍ଯ୍ୟ କରାଯାଇଛି ।
ଡିସେମ୍ବର ୮ ତାରିଖରେ ହିମାଚଳ ପ୍ରଦେଶ ଓ ଗୁଜରାଟ ବିଧାନସଭା ଆସନ ପାଇଁ ଭୋଟ୍‌‌ ଗଣତି ଅନୁଷ୍ଠିତ ହେବ। ଆସନ୍ତା ଫେବୃୟାରୀ ୮ ତାରିଖରେ ଗୁଜରାଟ ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories