www.samajalive.in
Sunday, December 14, 2025
23.1 C
Bhubaneswar

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ନିର୍ମାଣ ହେବ ସ୍ଥାପତ୍ୟ ପାର୍କ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଆଜି ପୂର୍ବାହ୍ଣରେ ଭୁବନେଶ୍ୱର ସନ୍ନିକଟ ମଦନପୁର ସ୍ଥିତ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ` ଏହି ପ୍ରଦର୍ଶନୀରେ ବିଶ୍ୱବିଦ୍ୟାଳୟର ଚିତ୍ରକଳା, ସ୍ଥାପତ୍ୟ ଓ ବିଭିନ୍ନ ବିଭାଗରୁ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟା ସଂପର୍କରେ ଅବଗତ ହେବା ସହବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀମାନଙ୍କ ସହିତ ସେସବୁର ସମାଧାନ ଦିଗରେ ଆଲୋଚନା କରିଥିଲେ। ଏଠାରେ ଇଡକୋ ଦ୍ୱାରା ନିର୍ମିତ ୩ଟି ଏକାଡେମିକ୍ ବ୍ଲକକୁ ପୂର୍ତ୍ତ ବିଭାଗ ଦ୍ୱାରା ଯାଞ୍ଚ କରାଯାଇ ଯଥାଶୀଘ୍ର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଆସନ୍ତା ଡିସେମ୍ବର ମାସ ୧୫ ତାରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଏକ ସ୍ଥାପତ୍ୟ ପାର୍କ ନିର୍ମାଣ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେବା ସହ ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରେକ୍ଷାଳୟ ଏବଂ ଏକ ଆର୍ଟ ଗ୍ୟାଲେରୀ ନିର୍ମାଣ କରିବା ପାଇଁ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କହିଥିଲେ। ବିଶ୍ୱବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ କରି ଏହି ଅନୁଷ୍ଠାନକୁ ଭାଷା, ସାହିତ୍ୟ ଓ ସଂସ୍କୃତି ଶିକ୍ଷାର ଏକ ଉତ୍କର୍ଷ କେନ୍ଦ୍ର ଭାବେ ଗଢି ତୋଳିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଗସ୍ତ ସମୟରେ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ, କୁଳସଚିବ ଅନନ୍ତ ବିଜୟ ପଟ୍ଟନାୟକ, ବିଶ୍ୱବିଦ୍ୟାଳୟ ଚିତ୍ରକଳା ବିଭାଗର ମୁଖ୍ୟ ଡ. ଚକ୍ରଧର ବେହେରାଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ମୁଖ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories