www.samajalive.in
Sunday, December 7, 2025
14.1 C
Bhubaneswar

ଜାରି ରହିବ ଇଡବ୍ଲୁଏସ୍‌ ସଂରକ୍ଷଣ

ନୂଆଦିଲ୍ଲୀ: ଇଡବ୍ଲୁଏସ୍ ସଂରକ୍ଷଣ ନେଇ ସୁପ୍ରିମକୋର୍ଟ ଐତିହାସିକ ରାୟ ପ୍ରକାଶ କରିଛନ୍ତି । କେନ୍ଦ୍ରର ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ସୁପ୍ରିମକୋର୍ଟ । ଆର୍ଥିକ ଅନଗ୍ରସର ବର୍ଗଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ଜାରି ରହିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ନିଷ୍ପତ୍ତି ନେଇଥିବା ବେଳେ, ଉଚ୍ଚଶିକ୍ଷା ଓ ଚାକିରି କ୍ଷେତ୍ରରେ ମଧ୍ୟ ୧୦ ପ୍ରତିଶତ ସଂରକ୍ଷଣ ଜାରି ରହିବ ବୋଲି କହିଛନ୍ତି । ସୁପ୍ରିମକୋର୍ଟଙ୍କ ୫ ଜଣିଆ ବେଞ୍ଚରୁ ଏହି ସଂରକ୍ଷଣକୁ ୪ଜଣ ବିଚାରପତି ସମର୍ଥନ ଜଣାଇଛନ୍ତି । ବିଚାରପତି ମାନଙ୍କ କହିବା ଅନୁଯାୟୀ, ଆର୍ଥିକ ଦୁର୍ବଳ ବର୍ଗଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ସମ୍ବିଧାନର ଉଲ୍ଲଂଘନ କରୁନାହିଁ। ପୂର୍ବରୁ ଇଡବ୍ଲୁଏସ୍ କୋଟାର ସମ୍ବିଧାନିକ ବୈଧାତାକୁ ଚ୍ୟାଲେଞ୍ଜ କରାଯାଇଥିଲା । ଏହି ପ୍ରସଙ୍ଗକୁ ନେଇ ଅନେକ ଆବେଦନ ବୋ ପରେ ଶୁଣାଣି କରାଯାଇଥିଲା । ଶୁଣାଣି ପରେ ସେପ୍ଟେମ୍ବର ୨୭ରେ ସର୍ବୋଚ୍ଚ ନ୍ୟାୟାଳୟ ରାୟ ସଂରକ୍ଷିତ ରଖିଥିଲେ ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories