www.samajalive.in
Saturday, December 6, 2025
26.1 C
Bhubaneswar

୯୫ ବୟସରେ ଲାଲ କୃଷ୍ଣ ଆଡଭାନୀ ; ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀଙ୍କର ଆଜି ଜନ୍ମ ଦିବସ । ତାଙ୍କୁ ୯୫ ବର୍ଷ ବୟସ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆଡଭାନୀଙ୍କ ସହ ପ୍ରଧାନମନ୍ତ୍ରୀ ଓ ରାଜନାଥ ସିଂହଙ୍କ କିଛି ଫଟୋ ସାମ୍ନାକୁ ଆସିଛି । ପ୍ରଧାନମନ୍ତ୍ରୀ ଆଡଭାନୀଙ୍କୁ ଗୋଟିଏ ଫୁଲ ତୋଡା ଦେଇ ଅଭିନନ୍ଦନ ଜଣାଇଛନ୍ତି । ଏହାପରେ ଉଭୟ ବସି କଥାବାର୍ତ୍ତା ହେଉଛନ୍ତି ।
ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା । ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି । ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି ।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଟ୍ୱିଟ୍‌ ମାଧ୍ୟମରେ ଲାଲ କୃଷ୍ଣ ଆଡଭାନୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଈଶ୍ୱରଙ୍କ ନିକଟରେ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁର କାମନା କରିଛନ୍ତି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories