www.samajalive.in
Monday, December 8, 2025
24.1 C
Bhubaneswar

ସିକେରକୁପା ସିଆରପିଏଫ୍ ପକ୍ଷରୁ ଜନସଂପର୍କ ଶିବିର

ଲାଞ୍ଜିଗଡ଼ : ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ରୋଡ଼ ଗ୍ରାମ ପଞ୍ଚାୟତ ସ୍ଥିତ ସିକେରକୁପା ଠାରେ ଥିବା ସିଆରପିଏଫ ୬୪ ବାଟାଲିଅନ ପକ୍ଷରୁ ଆଜି ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । କମାଣ୍ଡେଣ୍ଟ ପଙ୍କଜ ଚୌଧୁରୀଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ଅତିଥି ଭାବେ (ଆଲ୍ଫା କମ୍ପାନୀ) ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ ବିଶ୍ଵାସ ଶର୍ମା ଯୋଗଦେଇ ସେନା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିବା ଦରକାର ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବର, ସିକେରକୁପା ଫାଣ୍ଡି ଅଧିକାରୀ ସୁବାଷ ଚନ୍ଦ୍ର ଗୁରୁ, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ଗଉଡ଼ ଯୁବ ସାମ୍ବାଦିକ ନିଲେଶ କୁମାର ନାଗ,ଆଶା କର୍ମୀ ଲକ୍ଷ୍ମୀ ବାଗ ପ୍ରମୁଖ ଯୋଗଦେଇଥିଲେ । ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତର ଅଞ୍ଚଳରୁ ଆସିଥିବା ୮୦ ଜଣ ଲୋକଙ୍କୁ ଖାଇବା ଟ୍ରେ, ଗ୍ଲାସ୍,ପାଣି ଜଗ ଅତିଥିମାନଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା । କାର୍ୟ୍ୟକ୍ରମ ପରିଚାଳନା କରିଥିଲେ କମ୍ପାନୀ କମାଣ୍ଡେଣ୍ଟ ସୁରେଶ କୁମାର ଜାଟ୍। ଏହି କାର୍ୟ୍ୟକ୍ରମ ପରିଚାଳନାରେ ସମସ୍ତ ଯବାନମାନେ ସହଯୋଗ କରିଥିଲେ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories