www.samajalive.in
Sunday, December 14, 2025
26.1 C
Bhubaneswar

ଭାଇର ତଣ୍ଟି ଚିପି ହତ୍ୟା କଲା ଭାଇ

କଣ୍ଟାବାଞ୍ଜି : ପାରିବାରିକ କଳହର କରୁଣ ପରିଣତି। ଭାଇର ତଣ୍ଟି ଚିପି ହତ୍ୟାକଲା ଭାଇ। ବଲାଙ୍ଗୀର ଜିଲ୍ଲା ତୁରେଇକେଲା ବ୍ଲକ କନ୍ଦେଇ ପଞ୍ଚାୟତରେ ଏଭଳି ଲୋମ ଟାଙ୍କୁରା ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ତୁରେଇକେଲା ବ୍ଲକ କନ୍ଦେଇ ଗାଁର ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଭାଇ ଅନ୍ୟ ଭାଇର ତଣ୍ଟିଚିପି ହତ୍ୟା କରିଛି। ଏହାପରେ ନିକଟରେ ଥିବା ଏକ ପୋଖରୀରେ ଫିଙ୍ଗି ଦେଇଛି। ଖବର ପାଇ ତୁରେଇକେଲା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି, କଣ୍ଟାବାଞ୍ଜି ଏସଡିପିଓ ଲକ୍ଷ୍ମୀ ନାରାୟଣ ମାରାଣ୍ଡି ପୁଲିସ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ଵିକ ସ୍ଥିତି ଅନୁଧ୍ୟାନ କରିବା ସହ ଅଧିକ ତଦନ୍ତ ଜାରି ରଖିଛନ୍ତି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories