www.samajalive.in
Thursday, December 11, 2025
13.1 C
Bhubaneswar

ଡିଭାଇଡରରେ ପିଟିହେଲା ସ୍କୁଟି; ଯୁବକ ଗୁରୁତର

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ବାଉଁଶୁଳି ନିକଟସ୍ଥ ଧାନବେଣୀ ହୁଡି ନିକଟରେ ଏକ ସ୍କୁଟି ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ସ୍କୁଟି ଆରୋହୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ଖିରେଇଟାଙ୍ଗିରି ଗ୍ରାମର ତୁଷାର ନାଏକ (୨୫) ବୋଲି ଜଣାପଡିଛି । ସେ ସ୍କୁଟି ଯୋଗେ ଖିରେଇଟାଙ୍ଗିରିରୁ ବାଉଁଶୁଳି ଅଭିମୁଖେ ଆସୁଥିବା ସମୟରେ ଧାନବେଣୀ ହୁଡି ନିକଟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ତାଙ୍କ ଗୋଡ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories