www.samajalive.in
Wednesday, December 10, 2025
26.1 C
Bhubaneswar

ଶପଥ ନେଲେ ଧାମନଗର ବିଧାୟକ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ଭାବେ ଶପଥ ନେଲେ ଧାମନଗରର ନବନିର୍ବାଚିତ ବିଧାୟକ ସୂର୍ଯ୍ୟବଂଶୀ ସୁରଜ । ଆଜି ସୁରଜ ବିଧିବଦ୍ଧ ଭାବେ ବିଧାନସଭାରେ ଶପଥଗ୍ରହଣ କରିଛନ୍ତି । ବିଧାୟକ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶପଥ ପାଠ କରାଇଛନ୍ତି । ଶପଥପାଠ ସମୟରେ ବିଜେପିର ବହୁ ବରିଷ୍ଠ ନେତା ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ଧାମନଗରର ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଧାମନଗରରେ ଉପନିର୍ବାଚନ କରାଯାଇଥିଲା । ଉପନିର୍ବାଚନ​ରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ ବିଜୟ ହୋଇଥିଲେ । ବିଜୟ ହେବା ପରେ ଆଜି ସେ ବିଧିବଦ୍ଧ ଭାବେ ବିଧାୟକ ଭାବେ ଶପଥ ନେଇଛନ୍ତି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories