www.samajalive.in
Saturday, December 6, 2025
16.1 C
Bhubaneswar

ମହୁମାଛି ଆକ୍ରମଣରେ ଯୁବକ ଗୁରୁତର

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପୂଜାରୀଗୁଡା ପଞ୍ଚାୟତର ରାଉତପରଡି ଗୁଡା ଗାଁର ଯୁବକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଆଜି କିଛି ଯୁବକ ମିଶି ରାଉତପରଡି ଗୁଡା ଗାଁରୁ ନିକଟସ୍ଥ ଜଙ୍ଗଲକୁ କାଠ ସଂଗ୍ରହ କରିବା ପାଇଁ ଯାଇ ଫେରୁଥିବା ବେଳେ ଜଙ୍ଗଲରେ ହିଁ ଚିନ୍ତାମଣୀ କୁଲେସିକାକୁ ଗୋଡ଼ାଇ ଗୋଡ଼ାଇ ମହୁମାଛି ଆକ୍ରମଣ କରିଥିଲା । ସାଙ୍ଗରେ ଯାଇଥିବା ସାଥି ମାନେ ଦେଖି ଚିନ୍ତାମଣିକୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ରୋଗିବୁହା ଗାଡିକୁ ସୂଚନା ଦେଇ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଏଠାରେ ଡାକ୍ତର ସଂଗ୍ରାମ କେଶରୀ ନିମାଲ ଚିକିତ୍ସା ଚଲାଇଛନ୍ତି । ବର୍ତ୍ତମାନ ଚିନ୍ତାମଣି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories