www.samajalive.in
Saturday, December 13, 2025
26.1 C
Bhubaneswar

ପୁରୀରେ ଏଏସ୍‌ଆଇ ମୁଖ୍ୟ କାର୍ଯ୍ୟାଳୟ

ନୂଆଦିଲ୍ଲୀ : ଓଡ଼ିଶାରେ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀର୍ତ୍ତିରାଜିର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ(ଏଏସଆଇ) ପୁରୀଠାରେ ଏକ ନୂତନ ମୁଖ୍ୟ କାର୍ଯ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବୁଧବାର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି। ଏଭଳି ନିଷ୍ପତ୍ତିକୁ ସେ ସ୍ବାଗତ କରିବା ସହ ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି.କିଷାନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ଐତିହ୍ୟ, ସଂସ୍କୃତି ଓ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଓଡ଼ିଶା। ଆମର ସମୃଦ୍ଧ ପରମ୍ପରା, ଐତିହ୍ୟ ଓ ଗୌରବମୟ ସଭ୍ୟତାକୁ ପୁର୍ନସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ନିରନ୍ତର ଉଦ୍ୟମ କରୁଛନ୍ତି। ରାଜ୍ୟର ଗୌରବମୟ ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ଏବଂ ସଂରକ୍ଷଣ କରିବା ଦିଗରେ ପୁରୀଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ ନିଷ୍ପତ୍ତି ଏକ ବଡ଼ ପଦକ୍ଷେପ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ ଏହି ପଦକ୍ଷେପ ନିଆଯାଇଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଶ୍ରୀ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories