www.samajalive.in
Sunday, December 14, 2025
19.1 C
Bhubaneswar

ଓଲଟିଲା ବାଇଗଣ ବୋଝେଇ ପିକଅପ୍‌ ଭ୍ୟାନ୍‌; ଜଣେ ମୃତ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ମାଧପୁର ନିକଟରେ ଏକ ଦୁର୍ଘଟଣା ଘଟିଛି । ଗୋଟିଏ ବାଇଗଣ ବୋଝେଇ ପିକଅପ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡ଼ିବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ହେଲେ ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁଯାୟୀ ବାଇଗଣ ବୋଝେଇ ପିକଅପ ଗାଡି ନଂ (ଓଡି ୦୫ ବିଏଚ ୦୪୮) ରାୟପୁରରୁ କଟକ ଯାଉଥିବା ସମୟରେ ମାଧପୁର ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡିଥିଲା ।ଏଥିରେ ଖଲାସୀ କଟକ ଅଂଚଳର ହିମାଂଶୁ ଶେଖର ବେହେରାଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର କଟକ ଅଚଂଳର କୟଦ ନୋର୍ଡ କାଜି ଅଳ୍ପକେ ରକ୍ଷା ପାଇଯାଇଛନ୍ତି । ଖବର ପାଇ ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଂଚି ଶବକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ପଠାଇବା ସହ ଡ୍ରାଇଭରକୁ ଗିରଫ କରିଥିବା ଥାନା ଅଧିକାରୀ ଜ୍ୟୋସ୍ନା କାଉଁରୀ ସୂଚନା ଦେଇଛନ୍ତି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories