www.samajalive.in
Monday, December 15, 2025
16.1 C
Bhubaneswar

ବଡଦାଣ୍ଡରେ ଚାଲି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ : ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀରେ ପହଞ୍ଚିବା ପରେ ବଳଗଣ୍ଡି ଛକରେ କାରରୁ ଓହ୍ଲାଇ ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିରକୁ ଆସିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ଶ୍ରୀମନ୍ଦିର ପରିସରରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ବଡଦାଣ୍ଡରେ ଚାଲି ସିଂହଦ୍ୱାର ନିକଟରେ ପହଞ୍ଚିଛନ୍ତି । ଏହାସହ ମହାରାଜା ଦିବ୍ୟସିଂହ ଦେଓ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି । ରାଷ୍ଟ୍ରପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କଲେ ଗଜପତି ମହାରାଜା ।

କାରରୁ ଓହ୍ଲାଇ ସାଷ୍ଟାଙ୍ଗ ପ୍ରଣିପାତ କରି ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଯାଇଛନ୍ତି । ସୁରକ୍ଷାକର୍ମୀଙ୍କ ଗହଣରେ ବଡଦାଣ୍ଡରେ ଚାଲିଲେ ମହାମହିମ । ସିଂହଦ୍ୱାର ସମ୍ମୁଖରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଯାଇଛି ।

ସିଂହଦ୍ୱାର ସମ୍ମୁଖରେ ତଳେ ମୁଣ୍ଡ ଲଗାଇ ପ୍ରଣିପାତ କରିଛନ୍ତି ରାଷ୍ଟ୍ରପତି । ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଭାବବିହ୍ୱଳ ହୋଇଛନ୍ତି । ଦୁଇ ହାତ ଟେକି ନୀଳଚକ୍ରକୁ ପ୍ରଣାମ ଜଣାଇଛନ୍ତି । ଅରୁଣସ୍ତମ୍ଭକୁ ଛୁଇଁ ପ୍ରଣାମ କରିଛନ୍ତି । ଶ୍ରୀମନ୍ଦିରରେ ୪୫ ମିନିଟ୍‌ ଦର୍ଶନର କାର୍ଯ୍ୟକ୍ରମ ରହିଛି ।

ଗଜପତି ମହାରାଜାଙ୍କୁ ଚଳନ୍ତି ଠାକୁର ବୋଲି ସମ୍ବୋଧନ କରି ପ୍ରଣାମ ଜଣାଇଛନ୍ତି ରାଷ୍ଟ୍ରପତି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଛନ୍ତି ।

ବଡଦାଣ୍ଡରେ ପହଞ୍ଚିବା ପରେ ସ୍କୁଲ ପିଲାଙ୍କ ସହ ଫଟୋ ଉଠାଇ ଲୋକଙ୍କ ଠାରୁ ଫୁଲମାଳ ଗ୍ରହଣ କରିଛନ୍ତି ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories