www.samajalive.in
Saturday, December 6, 2025
15.1 C
Bhubaneswar

+୨ ଏକ୍ସ ରେଗୁଲାର ଫର୍ମ ପୂରଣ ୨୯ରୁ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପାଠ୍ୟକ୍ରମର ଏକ୍ସ ରେଗୁଲାର ପରୀକ୍ଷା ୨୦୧୯ ମାର୍ଚ୍ଚ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଏଥିପାଇଁ ଛାତ୍ରଛାତ୍ରୀ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଫର୍ମ ପୂରଣ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। +୨ ଏକ୍ସ ରେଗୁଲାର ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ବିନା ଜୋରିମାନାରେ ଅକ୍ଟୋବର ୨୯ରୁ ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମପୂରଣ କରିପାରିବେ। ସେହିପରି ୫୦ଟଙ୍କା ଜୋରିମାନାରେ ନଭେମ୍ବର ୫ରୁ ୧୦ ଏବଂ ୩୫୦ଟଙ୍କା ଜୋରିମାନାରେ ନଭେମ୍ବର ୧୨ରୁ ୧୪ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରିବେ। ଏହାର ସବିଶେଷ ବିବରଣୀ www.samsodisha.gov.in ୱେବ୍‍ସାଇଟ୍‍ରେ ଉପଲବ୍ଧ ଅଛି ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ କୁମାର ସାହୁ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories