www.samajalive.in
Thursday, December 11, 2025
13.1 C
Bhubaneswar

ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା ଲକ୍ଷ୍ମୀଙ୍କ ପୂଜାର ଦିନ। ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

ମାଣ୍ଡିଆ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି। ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ – ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ ମିଲେଟ ମିଶନ ଆରମ୍ଭ କରିଛୁ। ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଆମର ମିଲେଟ ମିଶନ ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି। ମିଳିତ ଜାତିସଂଘ ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି। ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ମୁଁ ଘୋଷଣା କରିବାକୁ ଚାହେଁ ଯେ ରାଜ୍ୟର ସବୁ ଜିଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି ମିଶନ ସହ ୨ ଲକ୍ଷ ଚାଷୀ, ୮୨ଟି ଏଫପିଓ ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତୁ, ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories