www.samajalive.in
Sunday, December 14, 2025
16.1 C
Bhubaneswar

ପଦ୍ମପୁର ଉପ ନିର୍ବାଚନ: ବିଜେପି ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ କରାଯିବ ବୋଲି ବିଜେପି ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି। ପଦ୍ମପୁର ଉପ ନିର୍ବାଚନ ପାଇଁ ଆସନ୍ତା ୧୪ ତାରିଖରେ ପ୍ରଦୀପ ପୁରୋହିତ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସେ ପ୍ରକାଶ କରିଛନ୍ତି। ତେବେ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ ବୋଲି ବିଜେପି ପକ୍ଷରୁ ଆଜି ପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।
ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ନଭେମ୍ବର ୨୧ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହେବା ସହ ସେହିଦିନ ହିଁ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

ଏଠାରେ ସୂଚନାଯୋଗ୍ୟ ଯେ ପଦ୍ମପୁର ପୂର୍ବତନ ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ୬୫ ବର୍ଷ ବୟସରେ ଗତ ଅକ୍ଟୋବର ୨ ତାରିଖ ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ପରଲୋକ ହୋଇଥିଲା। ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ ହେବା ପରଠାରୁ ପଦ୍ମପୁର ବିଧାନସଭା ଆସନ ଖାଲି ପଡ଼ିଛି। ସ୍ୱର୍ଗତଃ ବରିହା ବରଗଡ଼ ଜିଲାର ପଦ୍ମପୁର ବିଧାନସଭା ଆସନରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକଟ୍‌ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ଏବଂ ୨୦୦୯ରେ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ବିଜୟୀ ହୋଇ ବିଧାନସଭାକୁ ଆସିବା ପରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ବିଜେଡି ଟିକଟରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories