www.samajalive.in
Saturday, December 13, 2025
26.1 C
Bhubaneswar

ଢେଙ୍କିକୋଟ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନ ମେଳା

ପାଟଣା : ଢେଙ୍କିକୋଟ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର  ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନ ଶିକ୍ଷୟତ୍ରି ମୌସୁମୀ ନାଏକ ଓ ଜ୍ୟୋତିର୍ମୟୀ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ୩୦ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରି ମମତା ସାହୁ ଓ କବିତା ଦାଶ ପ୍ରକଳ୍ପ ଗୁଡ଼ିକର ମୂଲ୍ୟାୟନ କରିଥିଲେ। ପ୍ରଧାନ ଶିକ୍ଷକ ଅମୂଲ୍ୟ କୁମାର ଦତ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ଚକ୍ରଧର ରାଉଳ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ନୃସିଂହ ନାଥ ସିଂହ ପ୍ରମୁଖଙ୍କ ସହ ପରିଚାଳନା ସମିତିର ସଦସ୍ୟ ସଦସ୍ୟା ମାନେ ସାମିଲ ହୋଇ ପ୍ରକଳ୍ପ ପରିଦର୍ଶନ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories